Masthead

ନିଜ ସ୍କୁଲରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଅନ୍ୟ ସ୍କୁଲର ଶିକ୍ଷକ ହେବେ ପରୀକ୍ଷା ନିରୀକ୍ଷକ । ପ୍ରତିବର୍ଷ ପରି ଅଢେଇ ଘଂଟା ବଦଳରେ ଏଥର ୨ ଘଂଟା ପରୀକ୍ଷା କରାଯିବ । ୧୦୦ ମାର୍କ ବଦଳରେ ୮୦ ମାର୍କରେ ହେବ ପରୀକ୍ଷା । ମହାମାରୀ କରୋନା ପାଇଁ ଛାତ୍ରଛାତ୍ରୀ ଯେପରି କୌଣସି ଅସୁବିଧାରେ ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ରାଜ୍ୟ ସରକାର ଏପରି ନିଷ୍ପତି ନେଇଛନ୍ତି । ଏଥିପାଇଁ ଏଥର ନିଜ ସ୍କୁଲରେ ସମସ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି ।

ବିଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ମଧ୍ୟ ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ । ପୂର୍ବରୁ ମାଟ୍ରିକ ପରୀକ୍ଷା ଅନ୍ୟ ସ୍କୁଲ ମାନଙ୍କରେ ଅନୁଷ୍ଠିତ ହୋଇଥାଏ । ମହାମାରୀ କରୋନା ପାଇଁ ଏଥର ସମସ୍ତ ଛାତ୍ରଛାତ୍ରୀ ନିଜ ସ୍କୁଲରେ ପରୀକ୍ଷା ଦେବେ । କରୋନା ଯୋଗୁଁ ରହିବା ଓ ଯାତାୟତରେ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିବାର ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡ଼ିଛି । ତେବେ ଏଥର ପରୀକ୍ଷାର କାର୍ଯ୍ୟସୂଚୀ ସମୟ ଓ ସ୍ଥାନ ପରିବର୍ତ୍ତନ କରାଯାଇଛି । ଅନ୍ୟପଟେ ଦୀର୍ଘ ୯ମାସ ପରେ ସ୍କୁଲ ଖୋଳିଥିବାରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହୋଇଥିବା ବେଳେ କିଛି ଦିନ ତଳେ ଫର୍ମପୂରଣ ଫି କୁ ମଧ୍ୟ ସରକାର ଛାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା