Masthead

ନିଜ ସ୍କୁଲରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଅନ୍ୟ ସ୍କୁଲର ଶିକ୍ଷକ ହେବେ ପରୀକ୍ଷା ନିରୀକ୍ଷକ । ପ୍ରତିବର୍ଷ ପରି ଅଢେଇ ଘଂଟା ବଦଳରେ ଏଥର ୨ ଘଂଟା ପରୀକ୍ଷା କରାଯିବ । ୧୦୦ ମାର୍କ ବଦଳରେ ୮୦ ମାର୍କରେ ହେବ ପରୀକ୍ଷା । ମହାମାରୀ କରୋନା ପାଇଁ ଛାତ୍ରଛାତ୍ରୀ ଯେପରି କୌଣସି ଅସୁବିଧାରେ ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ରାଜ୍ୟ ସରକାର ଏପରି ନିଷ୍ପତି ନେଇଛନ୍ତି । ଏଥିପାଇଁ ଏଥର ନିଜ ସ୍କୁଲରେ ସମସ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି ।

ବିଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ମଧ୍ୟ ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ । ପୂର୍ବରୁ ମାଟ୍ରିକ ପରୀକ୍ଷା ଅନ୍ୟ ସ୍କୁଲ ମାନଙ୍କରେ ଅନୁଷ୍ଠିତ ହୋଇଥାଏ । ମହାମାରୀ କରୋନା ପାଇଁ ଏଥର ସମସ୍ତ ଛାତ୍ରଛାତ୍ରୀ ନିଜ ସ୍କୁଲରେ ପରୀକ୍ଷା ଦେବେ । କରୋନା ଯୋଗୁଁ ରହିବା ଓ ଯାତାୟତରେ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିବାର ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡ଼ିଛି । ତେବେ ଏଥର ପରୀକ୍ଷାର କାର୍ଯ୍ୟସୂଚୀ ସମୟ ଓ ସ୍ଥାନ ପରିବର୍ତ୍ତନ କରାଯାଇଛି । ଅନ୍ୟପଟେ ଦୀର୍ଘ ୯ମାସ ପରେ ସ୍କୁଲ ଖୋଳିଥିବାରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହୋଇଥିବା ବେଳେ କିଛି ଦିନ ତଳେ ଫର୍ମପୂରଣ ଫି କୁ ମଧ୍ୟ ସରକାର ଛାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା