Masthead

ମେ’ ୧ ବିଶ୍ୱ ଶ୍ରମିକ ଦିବସ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ମେ’ ୧ ବିଶ୍ୱ ଶ୍ରମିକ ଦିବସ । ପ୍ରତି ଶ୍ରମିକମାନଙ୍କୁ ସମ୍ମାନୀତ କରିବା ସହ ସେମାନଙ୍କ କାମକୁ ସମ୍ମାନ ଦେଇ ଏହି ଶ୍ରମିକ ଦିବସ ପାଳିତ ହେଉଛି । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ୱ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ ।ପ୍ରଥମେ ୧୮୮୨ରେ ଆମେରିକା ଓ କାନାଡାରେ ସେପ୍ଟେମ୍ବର ମାସରେ ଶ୍ରମିକ ଦିବସ ପାଳିତ ହୋଇଥିଲା। କିଛି ବର୍ଷ ପରେ ମେ ପହିଲାରେ ଏହି ଦିବସ ପାଳନର ନିଷ୍ପତ୍ତି ନିଆଗଲା। ଶ୍ରମିକମାନେ‌ ୧୬ ଘଣ୍ଟା ପରିବର୍ତ୍ତେ ଆଠଘଣ୍ଟା କାର୍ଯ୍ୟ ସମୟ ଦାବି କରିବାରୁ ଏହା ଆନ୍ଦୋଳନର ରୂପ ନେଲା।

ଆମେରିକାର ବାଲ୍ଟିମୋର ସହରରେ ୧୮୬୬ ମସିହା ଅଗଷ୍ଟ ୨୦ ତାରିଖରେ ଷାଠିଏଟି ସଂଘର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା କାର୍ଯ୍ୟ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗୃହୀତ କରିଥଲେ। ୧୮୬୮ରେ ଯୁକ୍ତରାଷ୍ଟ୍ର ଆମେରିକାର କଂଗ୍ରେସ ଆଠଘଣ୍ଟା ଶ୍ରମଦିବସକୁ ଗ୍ରହଣ କରିଥଲା। ୧୯୨୩ରେ ତତ୍କାଳୀନ ମାଡ୍ରାସରେ ‘ଲେବର୍ କିସାନ ଅଫ୍ ପାର୍ଟି’ ପକ୍ଷରୁ ଭାରତରେ ପ୍ରଥମଥର ପାଇଁ ଶ୍ରମିକ ଦିବସ ପାଳିତ ହେଲା। ଏବେ ବି ଶ୍ରମିକମାନଙ୍କ ସଂଘର୍ଷ ଶେଷ ହୋଇପାରିନାହିଁ।

ଶୋଷଣ ବିରୋଧରେ ଏବଂ ନିଜ ଅଧିକାର ପାଇଁ ସେମାନଙ୍କ ଲଢ଼େଇ ଜାରି ରଖିଛନ୍ତି। ଦେଶ ନିର୍ମାଣରେ ଶ୍ରମିକଙ୍କ ଅବଦାନ କେତେ ଯେ ସହାୟକ ହୋଇଛି, ତାହା ବୁଝିବା କଷ୍ଟକର ନୁହେଁ। କିନ୍ତୁ ସେମାନଙ୍କ ଆର୍ଥିକ ଓ ସାମାଜିକ ସ୍ଥିତିରେ ପରିବର୍ତ୍ତନ ଆଣିବା ସରକାରଗୁଡ଼ିକ ପାଇଁ କଷ୍ଟକର ହୋଇପଡ଼ିଛି। ସମ୍ପ୍ରତି ଭାରତରେ ଶ୍ରମିକଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ