Masthead

‘ୟୁପିରେ ଲାଗୁ ହେଉ ରଷ୍ଟ୍ରପତି ଶାସନ’

ଲକ୍ଷ୍ନୌ: ହଥରସର ହୃଦୟବିଦାରକ ଘଟଣା ପରେ ଉତ୍ତରପ୍ରଦେଶରେ ପୁଣି ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ୟୁପି ବଳରାମପୁର ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଦଳିତ ଯୁବତୀଙ୍କୁ ଦୁର୍ବୃତ୍ତମାନେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ହଥରସ ଯୁବତୀଙ୍କ ମୃତଦେହକୁ ପୋଲିସ ରାତିଅଧିଆ ଜାଳିଦେବାକୁ ନେଇ ଦେଶରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି । ଅନ୍ୟପଟେ ଏହାକୁ ନେଇ ରାଜନୈତିକ ବୟାନବାଜି ମଧ୍ୟ ଆରମ୍ଭ ହୋଇସାରିଛି ।
ରାଜ୍ୟରେ ଯୋଗୀ ସରକାର ନାରୀଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି କହିଛନ୍ତି ବିଏସପି ମୁଖ୍ୟ ମାୟାବତୀ । ଯୋଗୀ ଶାସନରେ ଅପରାଧୀ, ଦୁର୍ବୃତ୍ତ, ମାଫିଆ ଖୁଲମଖୁଲା ବାହାରେ ବୁଲୁଛନ୍ତି ଓ ପୀଡ଼ିତାଙ୍କ ପରିବାରକୁ ସରକାର ପ୍ରଶ୍ନ କରୁଛନ୍ତି । ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିଗିଡ଼ିଯାଇଛି ଓ ଏବେ ରାଜ୍ୟରେ ରଷ୍ଟ୍ରପତି ଶାସନର ଆବଶ୍ୟକତା ପଡୁଛି । ଖୁବଶୀଘ୍ର ରାଜ୍ୟରେ ରଷ୍ଟ୍ରପତି ଶାସନ ଲାଗୁ କରାଯାଉ ବୋଲି ଦାବି କରିଛନ୍ତି ମାୟାବତୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ