୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଂଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି । ଯାହାର ପ୍ରଭାବ ଉଦଳାରେ ମଧ୍ୟ ଦେଖିବାକୁ ମିଳିଛି । ଉଦଳା ବ୍ଲକ ଅଧିନ ଶିରିପୁର ଠାରେ ଜୁନରେ ପଡିଆର ଉନ୍ନତିକରଣ କାମ କରିବାକୁ ଯାଇ କିଛି ଠିକାଦାର ଆଦିବାସୀଙ୍କ ଜାହିରାକୁ ଭାଙ୍ଗି ଦେଇଥିବାର ଅଭିଯୋଗ ଆସିଥିଲା ।

ଯାହାକୁ ନେଇ ଆଦିବାସୀ ଗ୍ରାମବାସୀମାନେ ଜାହିରା ସ୍ଥାପନ ଏବଂ ଜାହିରା ଭାଙ୍ଗିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ ବାରମ୍ବାର ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଉଦଳା ପୋଲିସକୁ ମଧ୍ୟ ଅବଗତ କରାଇଥିଲେ । ହେଲେ କୌଣସି ସୁଫଳ ନ ମିଳିବାରୁ ଆଜି ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଂଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି ।

ଆଦିବାସୀ ସଙ୍ଗଠନର ସଦସ୍ୟମାନେ ଦୋକାନ ବଜାର ବନ୍ଦ କରିବା ସହିତ ଯାନବାହନ ଚଳାଚଳକୁ ବନ୍ଦ କରିଛନ୍ତି । ଆଜି ସକାଳ ସମୟରେ ଆଦିବାସୀ ସଙ୍ଗଠନର ସଦସ୍ୟମାନେ ଉଦଳାରେ ବିଭିନ୍ନ ଦୋକାନ ବଜାର ବନ୍ଦ କରିଥିଲୋ ତାସହିତ ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ କରିଥିଲେ । କେବଳ ଦୁଇ ଚକିଆ ଯାନକୁ ଛାଡି ଦେଇ ବାକି ସବୁ ଯାନବାହନ ଚଳାଚଳ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’