Masthead

ଏମସିଏଲ୍ ହସ୍ପିଟାଲ ହେଉ କୋଭିଡ ଚିକିତ୍ସା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼ ହସ୍ପିଟାଲ କରିବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର । ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମିତକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼-୧୯ ହସ୍ପିଟାଲରେ କାର୍ଯ୍ୟ କରିବା ପାଇଁ କେନ୍ଦ୍ର କୋଇଲାମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖୁବଶୀଘ୍ର ଏହି ହସ୍ପିଟାଲରେ ଆଇସିୟୁ ସୁବିଧା ଓ ୧୦୦ଟି ଭେଟିଲେଟର ବ୍ୟବସ୍ଥା କରିବା ପାଇଁ ଅନୁରୋଧ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତମାନ ଭାରତ କୋଭିଡର ଦ୍ଵିତୀୟ ଲହରୀ ସହ ଲଢ଼େଇ କରୁଛି । ଭାରତର ଟିକାକରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵାରା ନିଆଯାଇଥିବା ବଳିଷ୍ଠ ପଦକ୍ଷେପକୁ ସମର୍ଥନ କରିବା ତଥା ଦେଶରେ ଦ୍ରୁତଗତିରେ ବଢ଼ୁଥିବା କୋଭିଡ ମାମଲାର ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ଵାସ୍ଥ୍ୟ ଭିତ୍ତିଭୂମିଳୁ ବୃଦ୍ଧି କରିବା ଆବଶ୍ୟକ । ଓଡ଼ିଶାରେ କୋଭିଡ୍ ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ନିକଟରେ ଦୈନିକ ନୂଆ ସଂକମ୍ରଣ ୬ ହଜାର ୨୧୫କୁ ବୃଦ୍ଧି ପାଇଛି ।

ଅନୁଗୁଳ ଜିଲ୍ଲାରେ ୪୫୩ଟି ସକ୍ରିୟ କୋଭିଡ୍ ମାମଲା ରହିଥିବା ବେଳେ ପ୍ରତିଦିନ ୮୧ରୁ ଅଧିକ ନୂଆ କୋଭିଡ୍ ରୋଗୀ ଚିହ୍ନଟ ହେଉଛନ୍ତି । କୋଭିଡର ପ୍ରଥମ ଲହରି ବେଳେ ୧୪୪ ବିଶିଷ୍ଟ ଶଯ୍ୟା ବିଶିଷ୍ଟ ଏବଂ ୬ଟି ଆଇସିୟୁ ୟୁନିଟ୍ ସହ ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲ କୋଭିଡ଼ ହସ୍ପିଟାଲ ଭାବରେ କାର୍ୟ୍ୟ କରୁଥିଲା । ବର୍ତମାନ ସମୟରେ ମାମଲା ବ୍ୟାପକ ହେଉଥିବାରୁ ଏହି ହସ୍ପିଟାଲକୁ ୧୦୦ଟି ଭେଟିଲେଟର ପ୍ରଦାନ କରାଗଲେ କୋଭିଡ୍ ରୋଗୀମାନେ ବିଶେଷ ଉପକୃତ ହୋଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା