Masthead

ଏମସିଏଲ୍ ହସ୍ପିଟାଲ ହେଉ କୋଭିଡ ଚିକିତ୍ସା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼ ହସ୍ପିଟାଲ କରିବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର । ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମିତକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼-୧୯ ହସ୍ପିଟାଲରେ କାର୍ଯ୍ୟ କରିବା ପାଇଁ କେନ୍ଦ୍ର କୋଇଲାମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖୁବଶୀଘ୍ର ଏହି ହସ୍ପିଟାଲରେ ଆଇସିୟୁ ସୁବିଧା ଓ ୧୦୦ଟି ଭେଟିଲେଟର ବ୍ୟବସ୍ଥା କରିବା ପାଇଁ ଅନୁରୋଧ କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତମାନ ଭାରତ କୋଭିଡର ଦ୍ଵିତୀୟ ଲହରୀ ସହ ଲଢ଼େଇ କରୁଛି । ଭାରତର ଟିକାକରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵାରା ନିଆଯାଇଥିବା ବଳିଷ୍ଠ ପଦକ୍ଷେପକୁ ସମର୍ଥନ କରିବା ତଥା ଦେଶରେ ଦ୍ରୁତଗତିରେ ବଢ଼ୁଥିବା କୋଭିଡ ମାମଲାର ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ଵାସ୍ଥ୍ୟ ଭିତ୍ତିଭୂମିଳୁ ବୃଦ୍ଧି କରିବା ଆବଶ୍ୟକ । ଓଡ଼ିଶାରେ କୋଭିଡ୍ ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ନିକଟରେ ଦୈନିକ ନୂଆ ସଂକମ୍ରଣ ୬ ହଜାର ୨୧୫କୁ ବୃଦ୍ଧି ପାଇଛି ।

ଅନୁଗୁଳ ଜିଲ୍ଲାରେ ୪୫୩ଟି ସକ୍ରିୟ କୋଭିଡ୍ ମାମଲା ରହିଥିବା ବେଳେ ପ୍ରତିଦିନ ୮୧ରୁ ଅଧିକ ନୂଆ କୋଭିଡ୍ ରୋଗୀ ଚିହ୍ନଟ ହେଉଛନ୍ତି । କୋଭିଡର ପ୍ରଥମ ଲହରି ବେଳେ ୧୪୪ ବିଶିଷ୍ଟ ଶଯ୍ୟା ବିଶିଷ୍ଟ ଏବଂ ୬ଟି ଆଇସିୟୁ ୟୁନିଟ୍ ସହ ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲ କୋଭିଡ଼ ହସ୍ପିଟାଲ ଭାବରେ କାର୍ୟ୍ୟ କରୁଥିଲା । ବର୍ତମାନ ସମୟରେ ମାମଲା ବ୍ୟାପକ ହେଉଥିବାରୁ ଏହି ହସ୍ପିଟାଲକୁ ୧୦୦ଟି ଭେଟିଲେଟର ପ୍ରଦାନ କରାଗଲେ କୋଭିଡ୍ ରୋଗୀମାନେ ବିଶେଷ ଉପକୃତ ହୋଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ