ସିଏମ ଅଭିଯୋଗ ପ୍ରକୋଷ୍ଠରେ ମିଟିଂ, ବିଜେପି-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ମୁଖ୍ୟମନ୍ତ୍ରୀ ଆସୁନାହାନ୍ତି । ସେଠାରେ ଚାଲିଛି ପାର୍ଟି ମିଟିଂ ବୋଲି ବିଜେପିର ଅଭିଯୋଗକୁ ଖଣ୍ଡନ କରିଛି ବିଜେଡି । କହିଛି ଲୋକଙ୍କ ସମସ୍ୟା କରୁଛୁ ସମାଧାନ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ବିଜେଡି ବିଜେପି ମଧ୍ୟରେ ଆରମ୍ଭ ହୋଇଛି ତୁତୁ ମେଁ ମେଁ । ବିଜେପି କହିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ କ୍ୱାଟର୍ସ ଥିଲା । ୨୦୦୮ରୁ ମୁଖ୍ୟମନ୍ତ୍ରୀ ଆଜିଯାଏଁ ଅଭିଯୋଗ ପ୍ରକୋଷ୍ଠକୁ ଆସିନାହାନ୍ତି । ସରକାରୀ ଅଫିସରେ ପାର୍ଟି ମିଟିଂକୁ ମୁଖ୍ୟମନ୍ତ୍ରୀ କିଭଳି ହଜମ କରୁଛନ୍ତି?

ସଦବୁଦ୍ଧି ଟିକେ ଉଦୟ ହେଲେ ଭଲ ହୁଅନ୍ତା ବୋଲି ବିଜେପି ପରାମର୍ଶ ଦେଇଛି । କଂଗ୍ରେସ ମଧ୍ୟ ସମାଲୋଚନା କରିଛି । ବିଜେପି ଅଭିଯୋଗର କଡ୍ଡା ଜବାବ ଦେଇଛି ବିଜେଡି । କହିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ସମସ୍ୟାର ସମାଧାନ ହେଉଛି । ଏମଏଲମାନେ ବିଭିନ୍ନ ପ୍ରସ୍ତାବ ଓ ସମସ୍ୟା ନେଇ ସେଠାକୁ ଯାଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶଙ୍ଖ ଚିହ୍ନ ଲାଗିନାହିଁ । ଲୋକଙ୍କ ବିଭିନ୍ନ ସମସ୍ୟା ନେଇ ଯାଉଛୁ । ସମାଧାନ କରୁଛୁ । ସରକାରୀ ଦପ୍ତରରେ ଦଳୀୟ କାର୍ଯ୍ୟକୁ ନେଇ ରାଜନୀତି ଜୋର ଧରିଥିବା ବେଳେ ସାଧାରଣରେ ଚର୍ଚ୍ଚା ମଧ୍ୟ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’