Masthead

ବିଜେଡି-ବିଜେପି ମଧ୍ୟରେ ଆସନ ଭାଗବଣ୍ଟା ନେଇ ଚାଲିଛି କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଏବଂ ବିଜେପି ମେଣ୍ଟ ଗଠନକୁ ନେଇ ସବୁଆଡ଼େ ଚର୍ଚ୍ଚା ଲାଗିରହିଛି। ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ପରେ ବୈଠକ ଏବଂ ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେ.ପି. ନଡା ଓ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସୁଥିବା ଘନଘନ ବୈଠକକୁ ନେଇ ଖୁବ୍‌ ଚର୍ଚ୍ଚା। ସେପଟେ ଦିଲ୍ଲୀ ଯାଇଛନ୍ତି ବିଜେଡିର ଦୁଇ ପ୍ରମୁଖ ନେତା ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

ରାଜ୍ୟ ବିଜେପି ନେତାମାନେ ଦିଲ୍ଲୀରେ ଥିବାବେଳେ ଦୁଇ ପ୍ରମୁଖ ବିଜେଡି ନେତାଙ୍କ ଦିଲ୍ଲୀ ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଦିଲ୍ଲୀରେ ଦୁଇଦିନ ଧରି କେନ୍ଦ୍ରୀୟ ନେତାଙ୍କ ସହ ରାଜ୍ୟ ବିଜେପି ନେତାଙ୍କ ଘନ ଘନ ବୈଠକ ଜାରି ରହିଛି । ଗତକାଲି ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ବାବସଭନରେ ବିଜେପି ନେତା ଆଲୋଚନା କରିଥିବା କୁହାଯାଉଛି । ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବେ ।

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ମେଂଟ ଘୋଷଣା କରିପାରନ୍ତି । ସୂଚନା ଅନୁସାରେ ଲୋକସଭାରେ ବିଜେଡି ୭ଟି ଆସନରେ ଲଢି ୧୪ଟି ଲୋକସଭା ଆସନ ବିଜେପିକୁ ଛାଡିପାରେ । ସେହିପରି ବିଧାନସଭାରେ ବିଜେଡି ଅତିକମରେ ୧୦୨ ଆସନ ନିଜ ପାଖରେ ରଖିପାରେ । ଆଉ ୪୫ଟି ଆସନ ବିଜେପିକୁ ଦେଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି