Masthead

୪ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳା ଉପରେ ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏନେଇ ଆଜି ଶ୍ରୀମନ୍ଦିର ପଶାସନ ପକ୍ଷରୁ ପରିଚାଳନା ସଦସ୍ୟଙ୍କୁ ଅବଗତ କରାଯାଇଛି । ଅଗଷ୍ଟ ୪ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏହି ବୈଠକ ଅନୁଷ୍ଠିତ ହେବ ।ଏଥିରେ ଚଳିତବର୍ଷର ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳା ଉପରେ ବିସ୍ତୃତ ସମୀକ୍ଷା କରାଯିବ । ଲଗାତର ଦୁଇଟି ବୈଠକ ବସିପାରିନଥିଲା ।

ଏବେ କିନ୍ତୁ ବୈଠକ ବସିବାକୁ ଯାଉଛି । ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ଏହା ପ୍ରଥମ ବୈଠକ ହୋଇଥିବାରୁ ବେଶ ଗୁରୁତ୍ୱ ବହନ କରୁଛି । ତେବେ ଏହି ବୈଠକରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଥିବା ବେଳେ ରତ୍ନଭଣ୍ଡାର ଖୋଲିବା, ଚାରିଦ୍ୱାର ଖୋଲିବା ଓ ବନକଲାଗି ବିଭ୍ରାଟ ପ୍ରସଙ୍ଗ ଏଜେଣ୍ଡାରେ ସ୍ଥାନ ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ