Masthead

ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଯୋଗ ଦେଇ ନପାରନ୍ତି ମେହବୁବା ମୁଫତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜୁନ ୨୪ରେ ଜମ୍ମୁ ଓ କାଶ୍ମୀରର ରାଜନୈତିକ ଦଳର ନେତାଙ୍କ ସହ ପ୍ରଧାନମନ୍ତ୍ରୀ ଏକ ବୈଠକ ଆୟୋଜନ କରିଛନ୍ତି । ତେବେ ଏଥିରେ ପିଡିପି ମୁଖ୍ୟ ତଥା ଜମ୍ମୁ ଓ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଯୋଗ ଦେଇ ନପାନ୍ତି ବୋଲି ବିଶେଷସୂତ୍ରରୁ ସୂଚନା ମିଳିଛି । ଦିଲ୍ଲୀରେ ଆଗାମୀ ଗୁରୁବାର ଦିନ ହେବାକୁ ଥିବା ଏହି ବୈଠକରେ ଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଫୋନ କଲ ଆସିଥିବା କଥା ମେହବୁବା ଜଣାଇଥିଲେ । ତେବେ ଦଳର ସହକର୍ମୀଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ର ସରକାରଙ୍କ ବୈଠକରେ ଯୋଗ ଦେବେ କି, ନାହିଁ ମେହବୁବା ମୁଫ୍‌ତି ନିଷ୍ପତ୍ତି ନେବେ।

ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ନ୍ୟାସନାଲ କନଫରେନ୍ସ’ ମୁଖ୍ୟଙ୍କୁ ମୁଫତି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକରେ ଯୋଗ ଦେବାକୁ ପ୍ରତିନିଧି ଭାବେ ପଠାଇ ପାରନ୍ତି ବୋଲି ଉପରୋକ୍ତ ସୂତ୍ର ଅନୁମାନ କରିଛି। ପୂର୍ବତନ ରାଜ୍ୟ ଜମ୍ମୁ ଓ କଶ୍ମୀରର ଶେଷ ମୁଖ୍ୟମନ୍ତ୍ରୀ ଥିଲେ ‘ପିଡିପି’ ମୁଖ୍ୟ ମେହବୁବା ମୁଫ୍‌ତି। ୨୦୧୬-୨୦୧୮ ପର୍ୟ୍ୟନ୍ତ ସେ ‘ବିଜେପି’ ସହ ମେଣ୍ଟ କରି ସରକାର ଚଳାଇଥିଲେ। ତେଣୁ, ଏହି ବୈଠକରେ ଯୋଗ ଦେବେ କି, ନାହିଁ ‘ପିଡିପି’ ସ୍ଥିର କରିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ