Before Header

ଆଜି ମହାପ୍ରଭୁଙ୍କ ମେଣ୍ଢା ପୋଡି ନୀତି

0 839

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ୍ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ ।

ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ । ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ।

Leave A Reply

Your email address will not be published.