Masthead

ଜେଲ ଗଲେ ପାଗଳ ପ୍ରେମୀ

ଭୁବନେଶ୍ୱର,(ବଡ଼ ଖବର ବ୍ୟୁରୋ) : ଏକତରଫା ପ୍ରେମରେ ବିଫଳ ହୋଇ ହତାଶ ଯୁବକ ଜଣକ ପ୍ରେମିକଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଖୋଦ ରାଜଧାନୀ ଭୁବନେଶ୍ୱରରେ । ଗିରଫ ପ୍ରେମିକ ଜଣଙ୍କ ହେଲେ ସୁଦନ ଓରଫ ସୁଦର୍ଶନ ସାହୁ(୩୫) । ସୁଦର୍ଶନ ଏଚଆଇଜି ବିଡ଼ିଏ କଲୋନୀରେ ରହୁଥିବା ସୋନାଲୀ (ଛଦ୍ମନାମ) ନାମକ ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲେ । ଅନେକ ସମୟରେ ଯୁବତୀଙ୍କୁ ବାଟଘାଟରେ ପ୍ରେମ ନିବେଦନ କରିଆସୁଥିଲେ । ଏପରିକି ବିବାହ ନକଲେ ଜୀବନରେ ମାରିଦେବାକୁ ଧମକ ଦେଉଥିଲେ । ଯୁବକଙ୍କ ଏଭଳି ବ୍ୟବହାରରେ ଅତିଷ୍ଠ ହୋଇ ଯୁବତୀ ଜଣକ ଏୟାରଫିଲ୍ଡ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ହତାଶ ସୁଦନଙ୍କୁ ଘରୁ ଉଠାଇ ଆଣି ପଚାରାଉଚରା କରିବା ସହିତ କୋର୍ଟଚାଲାଣ କରିଛି । ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି