Masthead

ୟୁଜି ପିଜି ଅନଲାଇନ ପରୀକ୍ଷା ପାଇଁ ମେଣ୍ଟର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁଜି, ପିଜି ପରୀକ୍ଷା ନେଇ ସବୁ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ । ବୈଠକ ପରେ ଉଚ୍ଚଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ପରୀକ୍ଷା ହେବ ଓ କିପରି ହେବ ସେଥିପାଇଁ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ଦାୟିତ୍ୱ ଦିଆଯାଇଛି । ଏଥିପାଇଁ ଏକ ମେଣ୍ଟର ବ୍ୟବସ୍ଥା କରାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ଦେଖି ମେଣ୍ଟର ବ୍ୟବସ୍ଥା କରାଯିବ । ଅନଲାଇନରେ ହେବାକୁ ଥିବା ପରୀକ୍ଷା କିଭଳି ପିଲାମାନେ ଦେଇପାରିବେ ସେକଥା ଏହି ମେଣ୍ଟର ମାନେ ବୁଝିବେ । ଆଜିଠାରୁ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଏଭଳି ଦାୟିତ୍ୱ ଦିଆଯାଇଥିବାର ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ।

କରୋନା ମହାମାରୀ ଯୋଗୁଁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଅନଲାଇନ ପାଠପଢ଼ା ଚାଲିଛି । ଜୁନ ସୁଦ୍ଧା ସମସ୍ତ କୋର୍ସ ଶେଷ ହୋଇଯିବ । ତେବେ ଚଳିତବର୍ଷ ଅନଲାଇନରେ ପରୀକ୍ଷା ହେବାକୁ ଥିବାବେଳେ ଛାତ୍ରଛାତ୍ରୀମାନେ ଦ୍ବନ୍ଦରେ ଥିଲେ । ଉପାନ୍ତ ଅଂଚଳରେ ମୋବାଇଲ ନେଟୱାର୍କ ନଥିବାବେଳେ ସମସ୍ତଙ୍କ ପାଖରେ ମୋବାଇଲ ନଥିବାରୁ କିଭଳି ଅନଲାଇନ ପରୀକ୍ଷା ପିଲାମାନେ ଦେଇପାରିବେ ସେନେଇ ଆଜି ଆଲୋଚନା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା