Masthead

ଦୁଇ ସପ୍ତାହ ଯାଏଁ ତାତିରୁ ମିଳିବନି ନିସ୍ତାର, ପୁଣି ୪୫ ଡିଗ୍ରୀ ଛୁଇଁପାରେ ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିବ ତାପମାତ୍ରା । ଗତ କିଛିଦିନ ଧରି ରାଜ୍ୟରେ ସାମାନ୍ୟ ବର୍ଷା ହେବା ସହ ପାଗରେ ପରିବର୍ତ୍ତନ ଘଟିଥିଲା । ଫଳରେ ଜନସାଧାରଣ ଅସହ୍ୟ ଗରମରୁ ରକ୍ଷା ପାଇପାରିଥିଲେ । ତେବେ ଏହା ମଧ୍ୟରେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାକୁ ଯାଉଛି । ଆଗାମୀ ଦୁଇ ସପ୍ତାହ ପର୍ୟ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ୨୦ ତାରିଖରୁ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୨୪ରୁ ୩୦ ତାରିଖ ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ । ଆଗାମୀ ୪-୫ ଦିନ ପର୍ୟ୍ୟନ୍ତ ତାପମାତ୍ରା ୨-୪ ଡିଗ୍ରୀ ପର୍ୟ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି । ଗତ ୧୭ ତାରିଖରେ ରାଜ୍ୟର ଦୁଇଟି ସ୍ଥାନରେ ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ତାପମାତ୍ରା ରେକର୍ଡ ହୋଇଥିଲା ।

ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୪୦.୧ ଡିଗ୍ରୀ ରହିଥିବା ବେଳେ ନୂଆପଡ଼ାରେ ୪୦ ଡିଗ୍ରୀ ରହିଥିଲା । ସେହିପରି ଭୁବନେଶ୍ୱରରେ ତାପମାତ୍ରା ବଢ଼ିଥିଲା । ରାଜଧାନୀରେ ୩୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି ତାଳଚେର, ବାଲେଶ୍ୱର ଓ ଭଦ୍ରକରେ ୩୯ ଡିଗ୍ରୀ ଲେଖାଏଁ ବାରିପଦାରେ ୩୯.୨ ଡିଗ୍ରୀ, ବୌଦ୍ଧରେ ୩୯.୫ ଡିଗ୍ରୀ ରହିଥିଲା । ଆଗାମୀ ଦୁଇଦିନ ପର୍ୟ୍ୟନ୍ତ ଉପକୂଳରେ ଉଷ୍ଣ-ଆର୍ଦ୍ର ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ ରାତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ନେଇ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି