Masthead

ଦୁଇ ସପ୍ତାହ ଯାଏଁ ତାତିରୁ ମିଳିବନି ନିସ୍ତାର, ପୁଣି ୪୫ ଡିଗ୍ରୀ ଛୁଇଁପାରେ ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିବ ତାପମାତ୍ରା । ଗତ କିଛିଦିନ ଧରି ରାଜ୍ୟରେ ସାମାନ୍ୟ ବର୍ଷା ହେବା ସହ ପାଗରେ ପରିବର୍ତ୍ତନ ଘଟିଥିଲା । ଫଳରେ ଜନସାଧାରଣ ଅସହ୍ୟ ଗରମରୁ ରକ୍ଷା ପାଇପାରିଥିଲେ । ତେବେ ଏହା ମଧ୍ୟରେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାକୁ ଯାଉଛି । ଆଗାମୀ ଦୁଇ ସପ୍ତାହ ପର୍ୟ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ୨୦ ତାରିଖରୁ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୨୪ରୁ ୩୦ ତାରିଖ ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ । ଆଗାମୀ ୪-୫ ଦିନ ପର୍ୟ୍ୟନ୍ତ ତାପମାତ୍ରା ୨-୪ ଡିଗ୍ରୀ ପର୍ୟ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି । ଗତ ୧୭ ତାରିଖରେ ରାଜ୍ୟର ଦୁଇଟି ସ୍ଥାନରେ ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ତାପମାତ୍ରା ରେକର୍ଡ ହୋଇଥିଲା ।

ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୪୦.୧ ଡିଗ୍ରୀ ରହିଥିବା ବେଳେ ନୂଆପଡ଼ାରେ ୪୦ ଡିଗ୍ରୀ ରହିଥିଲା । ସେହିପରି ଭୁବନେଶ୍ୱରରେ ତାପମାତ୍ରା ବଢ଼ିଥିଲା । ରାଜଧାନୀରେ ୩୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି ତାଳଚେର, ବାଲେଶ୍ୱର ଓ ଭଦ୍ରକରେ ୩୯ ଡିଗ୍ରୀ ଲେଖାଏଁ ବାରିପଦାରେ ୩୯.୨ ଡିଗ୍ରୀ, ବୌଦ୍ଧରେ ୩୯.୫ ଡିଗ୍ରୀ ରହିଥିଲା । ଆଗାମୀ ଦୁଇଦିନ ପର୍ୟ୍ୟନ୍ତ ଉପକୂଳରେ ଉଷ୍ଣ-ଆର୍ଦ୍ର ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ ଆଦି ଜିଲ୍ଲାର କିଛି ଅଞ୍ଚଳରେ ରାତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ନେଇ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର