ମିଗ୍-୨୧ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାୟୁସେନାର ମିଗ୍-୨୧ ଫାଇଟର ଜେଟ୍ ବିମାନ ଦୁର୍ଘଟଣାଗ୍ରସ୍ତ । ପଞ୍ଜାବ ମୋଗା ନିକଟରେ ବିଳମ୍ବିତ ରାତିରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ରୁଟିନ୍ ପ୍ରଶିକ୍ଷଣରେ ଯାଇଥିବାବେଳେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ରାଜସ୍ଥାନର ସୁରତଗଡ଼ରୁ ଉଡାଣ ଭରିଥିଲା ଲଢୁଆ ବିମାନଟି । ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସି ପଡ଼ିବା ପୂର୍ବରୁ ତାହାକୁ ଚଳାଉଥିବା ପାଇଲଟ ସ୍କ୍ୱାଡ୍ରୋନ ଲିଡର ଅଭିନବ ଚୌଧୁରୀ ବିମାନରୁ ବାହାରି ଯାଇଥିଲେ। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଖୁବ୍ ସାଂଘାତିକ ଥିବା ଜଣାପଡ଼ିଛି । ରୁଟିନ୍ ତାଲିମ୍ ଦେଉଥିବା ସମୟରେ ଗତ ରାତି ପ୍ରାୟ ୧ଟା ବେଳେ ବାୟୁସେନାର ‘ମିଗ୍-୨୧’ ଲଢୁଆ ବିମାନଟି ମୋଗା ଅନ୍ତର୍ଗତ ବାଘାପୁରନା ଅଞ୍ଚଳର ଲାଙ୍ଗିଆନା ଖୁର୍ଦ ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ବାୟୁସେନା ଅଧିକାରୀମାନେ କହିଛନ୍ତି।

ସେମାନେ କହିଛନ୍ତି, ଗତକାଲି ବିଳମ୍ବିତ ରାତ୍ରରେ ପଞ୍ଜାବର ମୋଗା ନିକଟରେ ଭାରତୀୟ ବାୟୁସେନାର ଗୋଟାଏ ‘ମିଗ୍-୨୧’ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଘଟିବା ବେଳେ ବିମାନଟି ନିୟମିତ ଉଡ଼ାଣ ପ୍ରଶିକ୍ଷଣ ଦେଉଥିଲା । ଦୁର୍ଘଟଣାର କାରଣ ସଂକ୍ରାନ୍ତରେ କିଛି ଜଣାପଡ଼ିନାହିଁ । ତଦନ୍ତ ପାଇଁ ‘କୋର୍ଟ ଅଫ୍ ଇନକ୍ବାରି’ ଆଦେଶ ଦିଆଯାଇଛି । ସୂଚନାଯୋଗ୍ୟ, ଏହାକୁ ମିଶାଇ ଏବର୍ଷ ତିନୋଟି ‘ମିଗ୍-୨୧’ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!