Masthead

ଆନ୍ଦୋଳନକୁ ଓହ୍ଲାଇବ ମିଳିତ ଅମଲା ମଞ୍ଚ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ମିଳିତ ଅମଲା ମଞ୍ଚର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅମଲା ମଞ୍ଚର ଅଧ୍ୟକ୍ଷ ନାରାୟଣ ଦାସଙ୍କ ଅଧ୍ୟକ୍ଷତାରେ ଗୀତ ଗୋବିନ୍ଦ ସଦନରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶାର ତିରିଶ ଗୋଟି ସଙ୍ଗଠନ ଜିଲ୍ଲାରୁ ଜିଲ୍ଲାସ୍ତରୀୟ ଅମଲା ମଞ୍ଚର ଜିଲ୍ଲା ପ୍ରତିନିଧି ମାନେ ଯୋଗ ଦେଇଥିଲେ । ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତିକୁ ଦୂର କରିବାରେ ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଉପରେ ଆଲୋଚନା କରାଯାଇଥିଲା । ବେତନ ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା । ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରିନାହାନ୍ତି ।

ଏହି ବିଷୟରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଆଲୋଚନା ହୋଇସାରିଛି । କିନ୍ତୁ କୌଣସି ସୁଫଳ ମିଳିନି । ଏହାର ପ୍ରତିବାଦରେ ଏକ ବୈଠକ ଡକାଯାଇଥିଲା । ଏଥିରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରତିନିଧିମାନେ ଯୋଗଦେଇଥିଲେ । ତେବେ ଦାବି ପୂରଣ ନହେଲେ ଆନ୍ଦୋଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ଏପ୍ରିଲ ୨୧ରେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋଭାଯାତ୍ରା ମାଧ୍ୟମରେ ସ୍ମାରକ ପତ୍ର ପ୍ରଦାନ କରାଯିବା ବୋଲି ନିଷ୍ପତ୍ତି ନିଆଯାଇଛି । ଯଦି ଏପ୍ରିଲ ୩୦ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନକରନ୍ତି ତେବେ ମେ’ ୧ରେ ସରକାରଙ୍କୁ ଚରମ ପତ୍ର ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚର ନାରାୟଣ ଦାସ, ବାଲାଜୀ ସାହୁ, ନରେଶ ମହାପାତ୍ର, ପ୍ରସନ୍ନ ତ୍ରିପାଠୀ, ଚିତ୍ତରଞ୍ଜନ ତରାସିଆ, ସୌମ୍ୟନ୍ଦ୍ର ରାଉତରାୟ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ