Masthead

ସମୁଦ୍ରକୂଳରେ ସମରାଭ୍ୟାସ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଉପକୂଳରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ । ଏଥିରେ ଭାରତୀୟ ନୌସେନା, କୋଷ୍ଟଗାର୍ଡ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ସାମିଲ ହୋଇଛନ୍ତି । ପ୍ରଥମ ଥର ପାଇଁ ଏହା ଆୟୋଜିତ କରାଯାଇଛି । ଇଂଟନ ନାଭାଲ କମାଣ୍ଡ ବିଶାଖାପାଟନମ୍ ଓ ନାଭାଲ ଅଫିସର ଇନଚାର୍ଜ ପକ୍ଷରୁ ମିଳିତ ଭାବେ ଆୟୋଜିତ ହୋଇଛି । ଗତ ନଭେମ୍ବର ୫ ଓ ୬ରେ ଦୁଇ ଦିନ ଧରି ସାଗର କବଚ ଅନୁଷ୍ଠିତ ହୋଇଥିଲା ।

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରଠାରୁ ସମୁଦ୍ର ଉପକୂଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସବୁ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ଏହି ସମରାଭ୍ୟାସ କରାଯାଉଛି । ଏହି ସମରାଭ୍ୟାସରେ ଭାରତୀୟ ତଟରକ୍ଷୀ ବାହିନୀ, ନୌସେନା, ପାରାଦୀପ ବନ୍ଦର, ସିଆଇଏସଫ, ଓଡିଶା ପୋଲିସ, ମେରାଇନ ପୋଲିସ, ଇଂଟେଲିଜେନ୍ସ ଅଗ୍ନିଶମ, ବନ ବିଭାଗ ଭଳି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ୧୬ଟି ବିଭାଗ ଏଥିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି