ପୋଲ କଲେନି ଏବେ ରୋଶର ଶିକାର ହେଲେ ମନ୍ତ୍ରୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ପୋଲ ପାଇଁ ମନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ । ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡିବା ଘଟଣାରେ ଘଟଣାସ୍ଥଳ ପରିଦର୍ଶନକୁ ଯାଇଥିବା ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କୁ ଘେରିଲେ ଗ୍ରାମବାସୀ । ପୋଲ ପ୍ରତିଶ୍ରୁତି ଦାବି କରି ମନ୍ତ୍ରୀଙ୍କୁ ଘେରିଛନ୍ତି ଗ୍ରାମବାସୀ । ଫଳରେ ଦୀର୍ଘ ସମୟ ଧରି ଭିଡ ଭିତରେ ଅଟକି ରହିଥିଲେ ପ୍ରତାପ ଦେବ । ପୋଲ ପାଇଁ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ନ ମିଳିବା ଯାଏଁ ମନ୍ତ୍ରୀଙ୍କୁ ଛାଡିବୁନି କି ମୃତଦେହର ଅନ୍ତିମ ସଂସ୍କାର କରିବୁନି ବୋଲି ଦାବି କରିଥିଲେ ଗ୍ରାମବାସୀ ।

ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଏକମଣିଆରୁ ଯାତ୍ରୀବାହୀ ଡ଼ଙ୍ଗା ରାଜନଗର ବ୍ଲକ କେରଡ଼ାଗଡ଼ ଯାଉଥିବା ବେଳେ ମଝିନଦୀରେ ଭାରସାମ୍ୟ ହରାଇ ଡ଼ଙ୍ଗାଟି ବୁଡିଯାଇଥିଲା । ଏହି ଘଟଣାରେ ୨ ଜଣ ନିଖୋଜ ଥିଲେ । ଜଣେ ନାବାଳକର ମୃତଦେହ ଉଦ୍ଧାର ହୋଇଥିବାବେଳେ ନାଉରିଆ ନିଖୋଜ ଅଛନ୍ତି । ତେବେ ଡଙ୍ଗାରେ ଥିବା ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’