Masthead

ସ୍କୁଲ ବନ୍ଦ କରି ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମନ୍ତ୍ରୀ ଓ ବିଧାୟିକ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ସ୍କୁଲ ବନ୍ଦକରି ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମନ୍ତ୍ରୀ ଓ ବିଧାୟିକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଗସ୍ତରେ ଆସି ବିଜୁ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପରେ ଜିଲ୍ଲାର ବିଭିନ୍ନ ବ୍ଳକରେ ମନ୍ତ୍ରୀ ବିଧାୟକମାନେ ଏହି କାର୍ଡ ବଣ୍ଟନ କରିଥିଲେ । ତେବେ ବିଭିନ୍ନ ଜାଗାରେ ସ୍ୱାସ୍ଥ୍ୟକାର୍ଡ ବଣ୍ଟନ ସମୟରେ ବିଭିନ୍ନ ଅବ୍ୟବସ୍ଥା ସାମ୍ନାକୁ ଆସିଛି । କିଛି ଜାଗାରେ ସ୍କୁଲ ଚାଲିଥିବା ବେଳେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଦ୍ୱାରା ଛାତ୍ରଛାତ୍ରୀଙ୍କ ପାଠପଢା ବ୍ୟାଘାତ ହୋଇଛି ।

ରରୁଆଁ ବ୍ଳକର ରରୁଆଁ ସ୍କୁଲ ଏବଂ କରଞ୍ଜିଆ ବ୍ଳକର କେରକେରା ସ୍କୁଲରୁ ଆସିଛି ଏପରି ଅଭିଯୋଗ। ରରୁଆଁ ଉଚ୍ଚ ପ୍ରଥାମିକ ବିଦ୍ୟାଳୟରେ ଜଳସମ୍ପଦ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଥିଲେ । କେରକେରା ସ୍କୁଲରେ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ଏବଂ ସୁଲତା ଦାସ ବଣ୍ଟନ କରିଥିଲେ । ଫାଙ୍କା ପଡିଆରେ ଲୋକଙ୍କୁ କାର୍ଡ ନବାଣ୍ଟି ସ୍କୁଲ ଚାଲିଥିବା ସମୟରେ ସ୍କୁଲ ପଡିଆରେ କାହିଁକି ଏପରି କାର୍ଯ୍ୟକ୍ରମ କରାଯାଇଛି ପ୍ରଶ୍ନ ଉଠୁଛି । କୌଣସି ସରକାରୀ ନିର୍ଦ୍ଦେଶ ନାମା ନ ଥାଇ ସ୍କୁଲବନ୍ଦ କରିବା ପାଇଁ କିଏ ନିର୍ଦ୍ଦେଶ ଦେଲେ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି