ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଥର ଗଠନ ହେଲା ବିଜେପି ସରକାର । ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାଖରେ ମୋଟ ୬ଟି ବିଭାଗ ରହିଛି। ଆଗାମୀ ଦିନରେ ମନ୍ତ୍ରିମଣ୍ଡଳରେ ଆଉ କେତେଜଣ ସଦସ୍ୟଙ୍କୁ ସାମିଲ କରାଯାଇ କିଛି ବିଭାଗ ଆବଣ୍ଟନ କରାଯାଇପାରେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)
ଉପମୁଖ୍ୟମନ୍ତ୍ରୀ…
୧-କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି
୨-ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ…
୧-ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨-ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩-ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪-କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫-ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୂର୍ତ୍ତ ଓ ଅବକାରୀ
୬ – ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭-ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮-ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ…

୧- ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨-ସୂର୍ୟ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩-ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪- ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫-ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

 

Leave a Reply

Your email address will not be published. Required fields are marked *