Masthead

ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! । ନାବାଳକର ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା । କାଳୁପଡ଼ାରୁ ଆସିଥିବା ୧୧ ବର୍ଷୀୟ ନାବାଳକର ମୃତ୍ୟୁ । ଡାକ୍ତରଙ୍କ ଭୁଲ୍‌ ଚିକିତ୍ସା ଯୋଗୁଁ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ  ।  ନ୍ୟାୟ ଦାବିରେ କ୍ୟାପିଟାଲ ହସ୍ପିଟାଲରେ ବାରଣ୍ଡାରେ କାନ୍ଦୁଛି ମାଆ ।ଖବର ଅନୁଯାୟୀ, ଟାଙ୍ଗୀ କାଳୁପଡ଼ା ଗାଁରେ ସାଇ ସୋମବାର ଦିନ ସକାଳ ସମୟରେ ସାଇକେଲ ଚଳାଉଥିବା ସମୟରେ ପଡ଼ିଯାଇଥିଲେ । ଯାହାପରେ ସେ ଅସୁସ୍ଥ ହେବାରୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ ।

ନାବାଳକର ଅବସ୍ଥା ଗୁରୁତର ଥିବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । କିନ୍ତୁ କ୍ୟାପିଟାଲ ହସ୍ପିଟାଲରେ ଆଖି ବୁଜିଛନ୍ତି ନାବାଳକ ସାଇ ।ସେପଟେ ପରିବାର ପକ୍ଷରୁ ଆସିଛି ସଙ୍ଗୀନ ଅଭିଯୋଗ । ପରିବାର ଲୋକଙ୍କ ମତରେ ଡାକ୍ତରଙ୍କ ଚିକିତ୍ସା ଓ ନର୍ସଙ୍କ ଭୁଲ ଇଞ୍ଜେକ୍ସନ ପାଇଁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି । ପରିବାର ଲୋକ ବର୍ତ୍ତମାନ ଶବ ବ୍ୟବଚ୍ଛେଦ ଗୃହ ନିକଟରେ ଅଛନ୍ତି । ସାଇଙ୍କ ଏଭଳି ଅସ୍ୱାଭାବିକ ମୃତ୍ୟୁକୁ ନେଇ ପରିବାର ଲୋକ ସହଜ ଗ୍ରହଣ କରିପାରୁନାହାନ୍ତି । କ୍ୟାପିଟାଲ ହସ୍ପିଟାଲ ଶବ ବ୍ୟବଚ୍ଛେଦ ଗୃହ ସାମ୍ନାରେ ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’