Masthead

ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ

ମାଲକାନଗିର (ବଡ଼ ଖବର ବ୍ୟୁରୋ): ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ । ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ସାଙ୍ଗର ଜନ୍ମଦିନ ପାର୍ଟିରେ ଯୋଗ ଦେଇ ଫେରିବା ବେଳେ ଦୁଷ୍କର୍ମ । ବିଜା ଘାଟି ନିକଟରୁ ଉଦ୍ଧାର କଲା ମାଲକାନଗିରି ଆଦର୍ଶ ଥାନା ପୋଲିସ । ଡାକ୍ତରୀ ପରୀକ୍ଷା ପରେ ଶକ୍ତି ସଦନରେ ପୀଡ଼ିତାକୁ ରଖାଯାଇଛି ।

ଏନେଇ ପୀଡ଼ିତା ନାବାଳିକାର ପରିବାର ଲୋକେ ମାଲକାନଗିରି ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ନାବାଳିକା ଜଣକ ଗତକାଲି ସନ୍ଧ୍ୟାରେ ନିଜ ସାଙ୍ଗର ଜନ୍ମ ଦିନ ପାଳନ କରିବା ଲାଗି ସାଙ୍ଗ ଘରକୁ ଯାଇଥିବା ବେଳେ ବିଳମ୍ବିତ ରାତି ଯାଏଁ ଘରକୁ ଫେରି ନଥିଲେ । ପରିବାର ଲୋକେ ଝିଅକୁ ଖୋଜା ଖୋଜି କରିବା ପରେ ଝିଅର କୌଣସି ପତ୍ତା ମିଳିନଥିଲା ।

ବିଳମ୍ବିତ ରାତିରେ ମାଲକାନଗିରି ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥର ବିଜା ଘାଟି ନିକଟରେ ଉକ୍ତ ନାବାଳିକା ଓ ଜଣେ ଟ୍ରକ ଚାଳକକୁ ସନ୍ଦେହ ଜନକଅବସ୍ଥାରେ ଦେଖି କିଛି ଲୋକେ ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ସେଠାରେ ପହଞ୍ଚି ଉକ୍ତ ନାବାଳିକାକୁ ଉଦ୍ଧାର କରିବା ସହ ଶକ୍ତି ସଦନ ଗୃହରେ ରଖାଯାଇଛି । ଏହା ସହ ଟ୍ରକ ଚାଳକକୁ ଥାନାରେ ଅଟକ ରଖାଯାଇଛି । ଏହି ଘଟଣାକୁ ନେଇ ପିଡିତାଙ୍କ ମା ମାଲକାନଗିରି ଥାନାରେ ଏତଲା ଦେଇଛନ୍ତି । ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି