Masthead

ବନ୍ୟା ପ୍ରଭାବିତଙ୍କୁ ଭେଟିଲେ ବିଧାୟକ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅଂଚଳର ବନ୍ୟା ପ୍ରଭାବିତ ଲୋକମାନଙ୍କୁ ଭେଟି ଛନ୍ତି ପୂର୍ବତନ ମନ୍ତ୍ରୀ ତଥା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ ।  ବନ୍ୟାର ସାତ ଦିନ ପରେ ଖମଣମୁଣ୍ଡା ଗ୍ରାମର ପ୍ରଭାବିତଙ୍କୁ ଭେଟି ସେମାନଙ୍କର ଅଭାବ ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ ଆଲୋଚନା କରିଛନ୍ତି ।

ଲଘୁଚାପ ଜନିତ ଗତ ଲଗାଣ ବର୍ଷାରେ ନାକଟିଦେଉଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ତେବେ ଏହି ବର୍ଷାରେ ନାକଟିଦେଉଳ ପଞ୍ଚାୟତର ଖମଣମୁଣ୍ଡା ଗ୍ରାମ ବହୁ ମାତ୍ରାରେ ପ୍ରଭାବିତ ହୋଇଛି ।  ସ୍ଥାନୀୟ ଚମ୍ପାଳି ନଦୀରେ ବନ୍ୟା ଆସି ଖମଣମୁଣ୍ଡା ଗ୍ରାମରେ ବନ୍ୟା ଜଳ ପ୍ରବେଶ କରିଥିଲା ।  ଏଥିରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଯିବା ସହ ମାଟି ଘର ଗୁଡିକ ବନ୍ୟା ଜଳରେ ଲୋଟି ପଡିଥିଲା ।

ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ବିଧାୟକ ରୋହିତ ପୂଜାରୀ ବନ୍ୟା ପ୍ରଭାବିତଙ୍କ ନିକଟରେ ପହଞ୍ଚିଥିଲେ ।  ତେବେ ଏହି ଗ୍ରାମକୁ ସବୁଦିନିଆ ଯାତାୟାତ ପାଇଁ ଚମ୍ପାଳି ନଦୀ ଉପରେ ଏକ ସ୍ଥାୟୀ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ମାନେ ଦାବିକରିଥିବା ବେଳେ ଏ ନେଇ ସରକାରଙ୍କୁ ଅବଗତ କରାଇ ଏ ଦିଗରେ ପଦକ୍ଷେପ ନେବାକୁ ବିଧାୟକ ପ୍ରତିଶୃତି ଦେଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି