Masthead

ହାଜର ହେଲେନି ବିଧାୟକ ପ୍ରତାପ, ଓକିଲଙ୍କ ଜରିଆରେ ହାଜର ହେବାକୁ ଆବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା । ନିଜେ ହାଜର ନହୋଇ ନିଜ ଓକିଲ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଛନ୍ତି । ମାହାଙ୍ଗା ଡବଲ ମର୍ଡର ମାମଲାରେ ଆଜି କୋର୍ଟରେ ହାଜର ହେବାକୁ ନିଦେ୍ର୍ଦଶ ଦିଆଯାଇଥିଲା । କୋର୍ଟରେ ଶୁଣାଣି ହେବାକୁ ଥିବା ବେଳେ କୋର୍ଟରେ ହାଜର ହୋଇନାହାନ୍ତି ବିଧାୟକ ପ୍ରତାପ ଜେନା । ସିଆରପିସି ୨୦୫ ଧାରାରେ ନିଜ ଓକିଲଙ୍କ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଛନ୍ତି । ଏହାସହ ପ୍ରତିପକ୍ଷଙ୍କ ପକ୍ଷରୁ ଆବେଦନ ଗ୍ରହଣ ନକରିବାକୁ ମଧ୍ୟ ସେ କୋର୍ଟଙ୍କୁ ଅପିଲ କରିଥିବା ଜଣାପଡିଛି ।

ଗତ ସେପ୍ଟେମ୍ବର ପ୍ରତାପଙ୍କ ବିରୋଧରେ ତଦନ୍ତ ଜାରି ରଖିବା ସହ ଭୁବନେଶ୍ୱର କୋର୍ଟକୁ ମାମଲା ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ତଥ୍ୟ, ପ୍ରମାଣ, ସାକ୍ଷୀଙ୍କ ବୟାନ ଆଧାରରେ ପ୍ରତାପଙ୍କ ବିରୋଧରେ ଆସିଥିବା ହତ୍ୟା ଅଭିଯୋଗର ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗୀ-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଉଭୟ ମାମଲାରେ ପ୍ରତାପ ଜେନାଙ୍କ ହାତ ଥିବା ଅଭିଯୋଗ କରିଥିଲା ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି