Masthead

ଭାରସାମ୍ୟ ହରାଇ ନାଳକୁ ଖସିଲା ‘ମୋ ବସ୍’, ୨୦ରୁ ଅଧିକ ଯାତ୍ରୀ ଆହତ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ନାଳକୁ ଖସିଲା ‘ମୋ ବସ୍’ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲେ ପୋଲିସ ଓ ଉଦ୍ଧାରକାରୀ ଦଳ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ସେଥିରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଆଜି ଅପରାହ୍ନରେ ବସ୍‌ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଯାଉଥିବା ବେଳେ ପିତାପଲ୍ଲୀ ନିକଟ ପେଟ୍ରୋଲପମ୍ପ ନିକଟରେ ଭାରସ୍ୟାମ ହରାଇ ବସଟି ନାଳକୁ ଖସିପଡିଥିଲା ।

ବସରେ ଥିବା ସମସ୍ତ ଯାତ୍ରୀ ମାନଙ୍କ ମଧ୍ୟରୁ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି । ଏନେଇ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦିଆଯାଇଥିଲା । ଦୁର୍ଘଟଣା ପରେ ଉକ୍ତ ସ୍ଥାନରୁ ଡ୍ରାଇଭର କେଉଁ ଆଡେ ଫେରାର ହୋଇଯାଇଛି । ସେପଟେ ଡ୍ରାଇଭରର ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କହିଛନ୍ତି ଯାତ୍ରୀ ଓ ସ୍ଥାନୀୟ ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ