Masthead

ଭାରସାମ୍ୟ ହରାଇ ନାଳକୁ ଖସିଲା ‘ମୋ ବସ୍’, ୨୦ରୁ ଅଧିକ ଯାତ୍ରୀ ଆହତ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ନାଳକୁ ଖସିଲା ‘ମୋ ବସ୍’ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲେ ପୋଲିସ ଓ ଉଦ୍ଧାରକାରୀ ଦଳ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ସେଥିରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଆଜି ଅପରାହ୍ନରେ ବସ୍‌ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଯାଉଥିବା ବେଳେ ପିତାପଲ୍ଲୀ ନିକଟ ପେଟ୍ରୋଲପମ୍ପ ନିକଟରେ ଭାରସ୍ୟାମ ହରାଇ ବସଟି ନାଳକୁ ଖସିପଡିଥିଲା ।

ବସରେ ଥିବା ସମସ୍ତ ଯାତ୍ରୀ ମାନଙ୍କ ମଧ୍ୟରୁ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି । ଏନେଇ ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦିଆଯାଇଥିଲା । ଦୁର୍ଘଟଣା ପରେ ଉକ୍ତ ସ୍ଥାନରୁ ଡ୍ରାଇଭର କେଉଁ ଆଡେ ଫେରାର ହୋଇଯାଇଛି । ସେପଟେ ଡ୍ରାଇଭରର ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କହିଛନ୍ତି ଯାତ୍ରୀ ଓ ସ୍ଥାନୀୟ ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ