Masthead

ସମସ୍ତ ରୁଟରେ ଗଡ଼ିବ ‘ମୋ ବସ୍‌’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ସମସ୍ତ ରୁଟରେ ଗଡ଼ିବ ‘ମୋ ବସ୍‌’। ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି ସୁବିଧା ମିଳିବ। ବସ୍‌ରେ ଯାତ୍ରା ବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଯାତ୍ରୀମାନେ ନିଜ ପାଖରେ ସାନିଟାଇଜର୍‌ ରଖିବାକୁ ପରାମର୍ଶ ଦିଆଯାଇଛି । ସପ୍ତାହାନ୍ତ ସଟ୍‌ଡାଉନ୍‌ରେ କେବଳ ରେଳ ଷ୍ଟେସନ୍‌ ଓ ବିମାନ ବନ୍ଦରକୁ ଛାଡ଼ି ଦେଲେ ଅନ୍ୟ ସମସ୍ତ ରୁଟ୍‌ରେ ମୋ ବସ୍‌ ସେବା ବନ୍ଦ ରହିବ ।

କରୋନା କଟକଣା କୋହଳ ହେବାପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ୨୫ଟି ରୁଟ୍‌ରେ ୧୯୪ଟି ବସ୍‌ ଚଳାଚଳ କରିବ । ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଶନିବାର ଓ ରବିବାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିମାନ ବନ୍ଦର ଓ ରେଳ ଷ୍ଟେସନରୁ କଟକ ଏବଂ ଭୁବନେଶ୍ୱର ଆସୁଥିବା ଯାତ୍ରୀମାନଙ୍କୁ ଏହି ସ୍ୱତନ୍ତ୍ର ବସ୍‌ ସେବା ଯୋଗାଇ ଦିଆଯିବ । ବସ୍‌ରେ ଯାତ୍ରା ସମୟରେ କୌଣସି ଯାତ୍ରୀ ଛିଡା ହୋଇଯିବେନି । ଯେତିକି ସିଟ୍‌ ସେତିକି ଲୋକ ବସାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି