Masthead

ମିଳୁନି ଅମୃତପାଲର ପତ୍ତା, ଆଜି ବି ଇଣ୍ଟରନେଟ ସେବା ବନ୍ଦ

ଚଣ୍ଡୀଗଡ଼ (ବଡ଼ ଖବର ବ୍ୟୁରୋ): ମିଳୁନି ଖଲିସ୍ତାନବାଦୀ ନେତା ଅମୃତପାଲ ସିଂର ପତ୍ତା । ସର୍ଚ୍ଚ ଅପରେସନ ଜାରି ରଖିଛି ପଞ୍ଜାବ ପୋଲିସ । ସେପଟେ ବିଭିନ୍ନ ସ୍ଥାନରେ ହିଂସା ଆଶଙ୍କାରେ ଆଜି ବି ଇଣ୍ଟରନେଟ ସେବା ବାତିଲ କରାଯାଇଛି । ୨ଏ, ୩ଏ, ୪ଏ, ୫ଏ, ସିଡିଏମଏ, ଜିପିଆରଏ, ବ୍ୟାଙ୍କିଙ୍ଗ ଓ ମୋବାଇଲ ରିଚାର୍ଜ ବ୍ୟତୀତ ସମସ୍ତ ପ୍ରକାର ମୋବାଇଲ ସେବାକୁ ବାତିଲ କରିଦିଆଯାଇଛି । ଉଭୟ ପଞ୍ଜାବ ଓ ହିମାଚଳପ୍ରଦେଶରେ ନିରାପତ୍ତା କଡ଼ାକଡ଼ି କରାଯାଇଛି ।

ସେପଟେ ପଞ୍ଜାବ ଆଇଜିପି ସୁଖଚେନ ସିଂ ଗିଲ୍ କହିଛନ୍ତି ଏହି ସମସ୍ତ ଘଟଣା ପଛରେ ପାକିସ୍ତାନର ସ୍ପାଏ ଏଜେନ୍ସି ଆଇଏସଆଇର ସମ୍ପୃକ୍ତି ଥିବା ଆଶଙ୍କା କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୪ ଜଣଙ୍କୁ ଗିରଫ କରାଗଲାଣି । ଅମୃତପାଲକୁ ଧରିବା ଲାଗି ପଞ୍ଜାବ ପୋଲିସ ପକ୍ଷରୁ ସମସ୍ତ ଚେଷ୍ଟା କରାଯାଉଛି ବୋଲି କହିଛନ୍ତି ଆଇଜିପି । ସେପଟେ ପୋଲିସ ଆକ୍ସନ ପୂର୍ବରୁ ଅମୃତପାଲର ଦାଦା ହରଜିତ ଓ ଡ୍ରାଇଭର ହରପ୍ରୀତ ସରେଣ୍ଡର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର