Masthead

୫ଜି ଟେକ୍ନୋଲୋଜିକୁ ନେଇ କୋର୍ଟଙ୍କ ଦ୍ବାରସ୍ଥ ହେଲେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ ମୋବାଇଲ ଫୋନର ୫-ଜି ଟେକ୍ନୋଲୋଜି ବିରୋଧରେ ସୋମବାର ଦିଲ୍ଲୀ ହାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ଜୁହି ଚାୱଲା । ସେ ସୋମବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚି ନାଗରିକ, ପ୍ରାଣୀ, ଉଦ୍ଭିଦ ଏବଂ ଜୀବଜନ୍ତୁଙ୍କ ଉପରେ ରେଡିଓ ଫ୍ରିକ୍ୱେନ୍ସିର ପ୍ରଭାବ ସମ୍ପର୍କିତ ପ୍ରସଙ୍ଗ ଉଠାଇଥିଲେ । ଗତ କିଛି ବର୍ଷରୁ ମୋବାଇଲ ଫୋନର ୫ଜି ଟେକ୍ନୋଲୋଜିକୁ ନେଇ ଚିନ୍ତା ପ୍ରକଟ କରିଆସୁଛନ୍ତି ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ।

ଲୋକଙ୍କ ସ୍ବାସ୍ଥ୍ୟ ଉପରେ ରେଡିଓ ଫ୍ରିକ୍ୱେନ୍ସିର ସମ୍ଭାବିତ ହାନିକାରକ ପ୍ରଭାବ ବିଶ୍ଳେଷଣ ନକରି ୫ଜି ଲାଗୁ କରିବା ଉଚିତ ନୁହେଁ ବୋଲି ଜୁହି କହିଛନ୍ତି । ଭାରତରେ ଏହାକୁ କାର୍ଯ୍ୟକାରୀ କରାଯିବ କି ନାହିଁ ସେନେଇ ନିଷ୍ପତ୍ତି ନେବାକୁ ଆବେଦନ କରିଛନ୍ତି ଜୁହି । ଜୁହି ଚାୱଲା ରେଡିଏସନ ବିରୋଧରେ ସଚେତନତା ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି । ଡିଜିଟାଲ ଇଣ୍ଡିଆର ଲକ୍ଷ୍ୟ ହାସଲ କରିବାକୁ କେନ୍ଦ୍ର ୫ଜି କାର୍ଯ୍ୟକାରୀ କରିବାକୁ ଯାଉଛି । ଏହି ସମୟରେ ଜୁହି ପ୍ରଶ୍ନ କରିଛନ୍ତି ଯେ ଏହି ନୂତନ ପ୍ରଯୁକ୍ତିବିଦ୍ୟା ଉପରେ କ’ଣ ମହତ୍ବପୂର୍ଣ୍ଣ ଅନୁସନ୍ଧାନ କରାଯାଇଛି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ