Masthead

ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍ । ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର ଓ ଗୋପାଳପୁରରେ ମକ୍‌ଡ୍ରିଲ କରାଯିବ । ସେହିପରି ହୀରାକୁଦ, ପାରାଦ୍ୱୀପ, ରାଉରକେଲା ଓ ଭଦ୍ରକ ବି ମକ୍‌ଡ୍ରିଲ୍ ହେବ । ଏହା ସହ ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେର ମକ୍‌ଡ୍ରିଲ୍ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।  ଯୁଦ୍ଧ ବେଳେ ନାଗରିକମାନେ କିପରି ଆତ୍ମରକ୍ଷା କରିବେ ସେନେଇ ତାଲିମ ଦିଆଯିବ ।  ଆସନ୍ତାକାଲି ହେବାକୁ ଥିବା ମକ୍‌ଡ୍ରିଲ୍ ପୂର୍ବରୁ ଆଜି ବସିଛି ବୈଠକ।

ପାକିସ୍ତାନ ବିରୋଧରେ ଯୁଦ୍ଧ ପାଇଁ ଭାରତର ବଡ଼ ତୟାରୀ ? କାରଣ ଗୃହମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ରାଜ୍ୟକୁ ସିଭିଲ୍ ଡିଫେନ୍ସ ମକ୍ ଡ୍ରିଲ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ଏହି ମକଡ୍ରିଲ୍ କରାଯିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛି ଗୃହ ମନ୍ତ୍ରାଳୟ। ଏୟାର୍ ରେଡ୍ ସାଇରନ୍ କାର୍ଯ୍ୟକ୍ଷମ କରାଯିବାକୁ କୁହାଯାଇଛି ଏହି ନିର୍ଦ୍ଦେଶନାମାରେ।  ସେହିପରି ଆକାଶରୁ ହମଲା ହେଲେ କେମିତି ସାଇରନ୍ ବାଜିବ, ତାର ପୂର୍ବାଭ୍ୟାସ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ମକଡ୍ରିଲରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀଙ୍କୁ ସାମିଲ କରିବାକୁ କୁହାଯାଇଛି। ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ, ସାଧାରଣ ଜନତା ଏବଂ ଛାତ୍ରଛାତ୍ରୀ ଅଭ୍ୟାସ କରିବେ ତାର ମକଡ୍ରିଲ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ