Masthead

ଭାରତରେ ମଡର୍ଣ୍ଣା ଟିକାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତକୁ ମିଳିଲା ଚତୁର୍ଥ କରୋନା ଟିକା । କୋଭିସିଲ୍ଡ, କୋଭାକ୍ସିନ, ସ୍ପୁଟନିକ-ଭି ପରେ ଏବେ ଭାରତରେ ଜରୁରୀକାଳିନ ବ୍ୟବହାର ପାଇଁ ମଡର୍ଣ୍ଣା ଟିକାକୁ ଅନୁମତି ମିଳିଛି । ଫାର୍ମା କମ୍ପାନୀ ସିପଲା ଟିକାର ଜରୁରୀକାଳିନ ବ୍ୟବହାର ସହ ଟିକା ଆମଦାନୀ ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆ(ଡିସିଜିଆଇ)କୁ ଟିକାର ବ୍ୟବହାର ପାଇଁ ଅନୁମତି ମାଗିଥିବା ବେଳେ ଆଜି ଡିସିଜିଆଇ ଟିକାର ବ୍ୟବହାର ପାଇଁ ଅନୁମତି ଦେଇଛନ୍ତି । ଏହା ସହ ମଡର୍ଣ୍ଣା କୋଭିଡ -୧୯ ଟିକା ଆମଦାନୀ କରି ଦେଶର ବଜାରକୁ ଆଣିବା ପାଇଁ ସିପଲାଙ୍କୁ ଅନୁମତି ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପୌଲ ।

ମଡର୍ଣ୍ଣା କମ୍ପାନି ପୂର୍ବରୁ ଘୋଷଣା କରି କହିଥିଲା ଯେ, ଡାଟା ସେଫ୍ଟି ମନିଟରିଂ ବୋର୍ଡର ତତ୍ୱାବଧାନରେ କରାଯାଇଥିବା ତୃତୀୟ ପର୍ୟ୍ୟାୟ ମାନବ ପରୀକ୍ଷଣରେ ସଫଳତାର ହାର ଆସିଛି ୯୪. ୫ ପ୍ରତିଶତ । ମଡର୍ଣ୍ଣାର ଚିଫ୍ ଏକଜିକ୍ୟୁଟିଭ ଅଫିସର ଷ୍ଟିଫେନ୍ ବାନସେଲ୍ କହିଛନ୍ତି, ଏହି ଭ୍ୟାକ୍ସିନ୍ କୋଭିଡ-୧୯ ମହାମାରୀରୁ ରକ୍ଷା କରି ପାରିବ । କେବଳ ଆମେରିକାରେ କମ୍ପାନି ପକ୍ଷରୁ ୩୦ ହଜାର ଲୋକଙ୍କ ଶରୀରରେ ଏହି ପରୀକ୍ଷା କରାଯାଇଥିଲା । ଏବଂ ଏଥିରେ ଯେଉଁ ସଫଳତାର ହାର ଆସିଲା ତାହା ସମସ୍ତଙ୍କୁ ଖୁସି କରିଦେଲା ।

କରୋନା ଟିକା ପ୍ରସ୍ତୁତ କରିବା ପାଇଁ ଆମେରିକା ସରକାର ମଡର୍ଣ୍ଣା କମ୍ପାନିରେ ୧ ବିଲିୟନ ଡଲାର ଅଥାତ୍ ସାଢେ ୭ ହଜାର କୋଟି ଟଙ୍କା ଗବେଷଣାରେ ଲଗାଇଥିଲେ । ଏହାଛଡା ୧୦ କୋଟି ଟିକା ପାଇଁ ୧୧ ହଜାର କୋଟି ଟଙ୍କା ଦେଇଛନ୍ତି ଆମେରିକା ସରକାର । ଟିକାର ସଫଳତା ହାର ୯୦ ପ୍ରତିଶତରୁ ଅଧିକ ରହିଛି । ମଡର୍ଣ୍ଣା ଟିକାର ଆଉ ଏକ ପ୍ରମୁଖ ଦିଗ ହେଉଛି ଏହାକୁ ଫାଇଜର ଟିକା ଭଳି ମାଇନସ୍ ୭୦ ଡିଗ୍ରୀ ସେଲସିୟସରେ ରଖିବାକୁ ପଡିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା