ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ ।

ଖରାକୁ ଦୃଷ୍ଟିରେ ରଖି ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କ ଭିଡ଼ ଦେଖିବାକୁ ମିଳିଛି । ଭୋଟିଂକୁ ଦୃଷ୍ଟିରେ ରଖି ମାଓ ପ୍ରବଣ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେପଟେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍‌ ଆପଣଙ୍କ ସ୍ୱର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’