ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ ଦିନିଆ ବିଦେଶ ଗସ୍ତ ଅଛନ୍ତି । ସେ ମୋଟ ୫ଟି ଦେଶ ଯାତ୍ରା କରିବେ । ବୁଧବାର ଆଫ୍ରିକୀୟ ଦେଶ ଘାନାରୁ ଗସ୍ତ ଆରମ୍ଭ କରିଛନ୍ତି । ମୋଦି ଘାନାରେ ପହଞ୍ଚିବା ପରେ ତାଙ୍କୁ ସେଠାକାର ରାଷ୍ଟ୍ରପତି ଜନ୍‌ ମହାମା ରାଜଧାନୀ ଆକ୍ରାସ୍ଥିତ ବିମାନବନ୍ଦରରେ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ସେଠାରେ ୨୧ ତୋପ ସଲାମୀ ସହ ଗାର୍ଡ ଅଫ ଅନର୍‌ ଦିଆଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘାନାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦି ଅଫିସର ଅଫ ଦି ଅର୍ଡର ଅଫ ଦି ଷ୍ଟାର ଅଫ ଘାନା’ରେ ସମ୍ମାନିତ କରାଯାଇଛି। ଘାନାର ରାଷ୍ଟ୍ରପତି ଜନ ମହାମାଙ୍କ ଦ୍ୱାରା ଆକ୍ରାରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ସମ୍ମାନ ପ୍ରଧାନମନ୍ତ୍ରୀ ମୋଦିଙ୍କର ନେତୃତ୍ବକୁ ସ୍ୱୀକୃତି ଦେବା ପାଇଁ ପ୍ରଦାନ କରାଯାଇଛି। ମୋଦି ଏହି ସମ୍ମାନକୁ ୧୪୦ କୋଟି ଭାରତୀୟଙ୍କ ନାମରେ ଉତ୍ସର୍ଗ କରିଛନ୍ତି । ଏହାକୁ ଭାରତ-ଘାନା ମଧ୍ୟରେ ଦୀର୍ଘଦିନର ବନ୍ଧୁତ୍ୱର ପ୍ରତୀକ ବୋଲି ବର୍ଣ୍ଣନା କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କର ଏହି ଐତିହାସିକ ଘାନା ଗସ୍ତ ହେଉଛି ଗତ ୩୦ ବର୍ଷ ମଧ୍ୟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ। ଏହି ଗସ୍ତ ସମୟରେ ଭାରତ ଏବଂ ଘାନା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଯାହା ଦୁଇ ଦେଶର ସମ୍ପର୍କକୁ ଆହୁରି ଗଭୀର କରିବ। ଉଭୟ ଦେଶ ମଧ୍ୟରେ କଳା ସଂସ୍କୃତି ସାହିତ୍ୟ କ୍ଷେତ୍ରରେ ମଧ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଘାନାର ରାଷ୍ଟ୍ରପତି ଜନ ମହାମା ପହଲଗାମ ଆତଙ୍କୀ ହମଲାକୁ ମଧ୍ୟ ନିନ୍ଦା କରିଛନ୍ତି।

ଭାରତ ଆତଙ୍କବାଦ ବିରୋଧରେ ନେଉଥିବା ପଦକ୍ଷେପକୁ ମଧ୍ୟ ସେ ସ୍ବାଗତ କରିଛନ୍ତି। ମୋଦି ଘାନାର ଆକ୍ରାରେ ଯେଉଁ ହୋଟେଲରେ ଥିଲେ, ସେଠାରେ ପହଞ୍ଚିବା ପରେ ଭାରତୀୟ ବଂଶୋଦ୍ଭବ ସଦସ୍ୟମାନେ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଜୁଲାଇ ୪ରେ ମୋଦି ଆର୍ଜେଣ୍ଟିନା ଗସ୍ତ କରିବେ। ଏହା ପରେ ଜୁଲାଇ ୬ରେ ବ୍ରାଜିଲ ଥିବେ। ଏହାପରେ ର୍ସ ଆଫ୍ରିକୀୟ ରାଷ୍ଟ୍ର ନାମ୍ବିଆ ଗସ୍ତ କରି ୧୦ରେ ସ୍ବଦେଶ ଫେରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ