Masthead

ମୋଦି ସରକାର ଡାକିଲେ ସ୍ୱତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦି ସରକାର ଡାକିଲେ ସ୍ୱତନ୍ତ୍ର ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୨ ତାରିଖ ୫ ଦିନ ଉଭୟ ଲୋକସଭା ଓ ରାଜ୍ୟସଭା ଚାଲିବ । ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଏନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ଅମୃତ କାଳରେ ଅନୁଷ୍ଠିତ ହେଉଥିବା ଏହି ବିଶେଷ ଅଧିବେଶ କାଳରେ ଆର୍ଥିକ ଚର୍ଚ୍ଚାକୁ ନେଇ ଆଶାନ୍ୱିତ ଥିବା ସେ ଉଲ୍ଲେଖ କରିଛନ୍ତି । କେଉଁ କାରଣ ପାଇଁ କେନ୍ଦ୍ର ମୋଦି ସରକାର ସ୍ୱତନ୍ତ୍ର ଅଧିବେଶନ ଡାକିଲେ ତାହା ସ୍ପଷ୍ଟ ହୋଇନାହିଁ । ତେବେ ସଂସଦର ଏହି ବିଶେଷ ଅଧିବେଶନର ଏଜେଣ୍ଡା ସଂପର୍କରେ କିଛି କୁହାଯାଇନାହିଁ । ଏହାରି ଭିତରେ ଚର୍ଚ୍ଚା ହେଉଛି ସରକାର ଭାଙ୍ଗି ଆଗୁଆ ହୋଇପାରେ ନିର୍ବାଚନ । ଆଗକୁ ଅଛି ୫ ରାଜ୍ୟ ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ମିଜୋରାମ ଓ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ । ଏହି ସମୟରେ ଲୋକସଭା ନିର୍ବାଚନ ହେବ କି ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି । ସେପଟେ ବିରୋଧୀ ମେଂଟ ଇଣ୍ଡିଆ କହିଆସୁଛନ୍ତି ଯେ ମୋଦି ସରକାର ଆଗୁଆ ନିର୍ବାଚନ କରିପାରନ୍ତି । ନିୟମିତ ସମୟ ପୂର୍ବରୁ ଲୋକସଭା ନିର୍ବାଚନ କରିପାରନ୍ତି ବୋଲି ମମତା ବାନାର୍ଜୀ ଓ ନୀତିଶ କୁମାର କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା