କାଲି ଓଡ଼ିଶା ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରେ ମୋଦି। ଚଣ୍ଡିଖୋଲରେ ସରକାରୀ କାର୍ଯ୍ୟକ୍ରମ ଓ ସାଧାରଣ ସଭାରେ ଯୋଗଦେବେ । ଭୁବନେଶ୍ୱର ଏୟାରପୋର୍ଟରୁ ଚଣ୍ଡିଖୋଲ ଯାଏ ସୁରକ୍ଷା କଡ଼ାକଡ଼ି କରାଯିବ । ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ । ପୂରା ଅଞ୍ଚଳକୁ ବ୍ଲାକ୍ କାଟାଗୋରୀ ଜୋନରେ ରଖାଯିବ । ଓଡ଼ିଶାରେ ପହଞ୍ଚି ସୁରକ୍ଷାର ଯାଞ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏସପିଜି । ୫ ତାରିଖରେ ତେଲେଙ୍ଗାନାରୁ କାର୍ଯ୍ୟକ୍ରମ ସାରି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ।

ସ୍ୱତନ୍ତ୍ର ବାୟୁସେନା ବିମାନରେ ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିବେ । ଏଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଯିବେ ଚଣ୍ଡିଖୋଲ । ବେଣାପୁରରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ୮ଥାକିଆ ରାସ୍ତା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ପରେ ସାଧାରଣ ସଭାରେ ଯୋଗଦେବେ । ଚଣ୍ଡୀଖୋଲରେ କାର୍ଯ୍ୟକ୍ରମ ସାରି ସଂଧ୍ୟାରେ ଭୁବନେଶ୍ୱର ଫେରିବେ ପ୍ରଧାନମନ୍ତ୍ରୀ । ବିମାନ ଯୋଗେ ଯିବେ କୋଲକାତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା