Masthead

ବିଶ୍ୱରେ ମୋଦି ନମ୍ବର ୱାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ); ବିଶ୍ୱ ନେତା ରାଙ୍କି ସର୍ଭେରେ ଆଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସର୍ଭେରେ ମୋଦିଙ୍କୁ ମିଳିଛି ୭୬ ପ୍ରତିଶତ ରେଟିଂ । ଦ୍ୱିତୀୟରେ ମେକ୍ସିକୋ ପ୍ରେସିଡେଣ୍ଟେ । ଆମେରିକାର କନସଲଟାନ୍ସି ଫର୍ମ ‘ମର୍ଣ୍ଣିଂ କନସଲ୍ଟ’ର ସର୍ଭେରେ ଏହା ସାମ୍ନାକୁ ଆସିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେସ ମାନୁଏଲ ଲୋପେଜ ଓବ୍ରାଡର୍ । ସେ ୬୬ ପ୍ରତିଶତ ଆପ୍ରୁଭାଲ ରେଟିଂ ସହ ଦୁନିଆର ଦ୍ୱିତୀୟ ଲୋକପ୍ରିୟ ନେତା ହୋଇଛନ୍ତି ।

ଏହା ପରେ ସ୍ୱିଜରଲାଣ୍ଡର ରାଷ୍ଟ୍ରପତି ଆଲେନ୍ ବର୍ସେଟ୍ ୫୮ ପ୍ରତିଶତ ଓ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଦା ସିଲଭା ୪୯ ପ୍ରତିଶତ ରେଟିଂ ପାଇଛନ୍ତି । ଅଷ୍ଟ୍ରେଲିଆର ଆନ୍ଥୋନୀ ଅଲବାନିଜ୍ ତାଲିକାର ପଂଚମ ସ୍ଥାନରେ ରହିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୩୭ ପ୍ରତିଶତ ସହ ଅଷ୍ଟମ ସ୍ଥାନରେ ରହିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ ୨୫ ପ୍ରତିଶତ ରେଟିଂ ପାଇଛନ୍ତି । ଗତ କିଛି ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ତାଲିକାର ଶୀର୍ଷରେ ରହିଆସିଛନ୍ତି । ବିଶ୍ୱର ୨୨ ଜଣ ନେତାଙ୍କ ଉପରେ କରାଯାଇଥିବା ସର୍ଭେକୁ ଆଧାର କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା