Masthead

‘ଭାରତୀୟଙ୍କ କଥା ନୁହେଁ, ଇମେଜ କଥା ଚିନ୍ତା କରୁଛନ୍ତି ମୋଦି’

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଯାହାକୁ ନେଇ ଅସଦୁଦ୍ଦିନ ଓୱାଇସି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ବୟାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ନେତା ତଥା ହାଇଦ୍ରାବାଦର ଏମପି ଓୱାଇସି ଟ୍ୱିଟ କରି କହିଛନ୍ତି, ନରେନ୍ଦ୍ର ମୋଦି ଓ ବିରେନ ସିଂ ଭାରତୀୟଙ୍କ ଜୀବନର ନୁହେଁ ବରଂ ଭାରତର ଇମେଜକୁ ନେଇ ବେଶୀ ଚିନ୍ତା କରୁଛନ୍ତି।

ଖାଲି ସେତିକି ନୁହେଁ ଓୱାଇସି ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ମଣିପୁର କିଛି ଖବର ମଧ୍ୟ ସେୟାର କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ବିଜେପି ଚାହୁଁଛି ଯେ ଆମେ ସେମାନଙ୍କ ବିଫଳତା ଉପରେ ପ୍ରଶ୍ନ କରିବା ପାଇଁ ନିଜକୁ ଦୋଷୀ ଅନୁଭବ କରିବା। ସେପଟେ ଏହି ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଏବେ ଚେଷ୍ଟା ଜାରି ରହିଛି । ଅନ୍ୟପଟେ ରାଜ୍ୟସରକାର ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦେବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ