ମନ୍ କୀ ବାତରେ ଓଡ଼ିଆ ଝିଅକୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନ୍ କୀ ବାତରେ ଓଡ଼ିଆ ଝିଅକୁ ପ୍ରଶଂସାକଲେ ମୋଦି । ଆଜି ରାଉରକେଲାର ଝିଅ ଭାଗ୍ୟଶ୍ରୀ ସାହୁଙ୍କ କଳାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିନା ତାଲିମରେ ତାଙ୍କ ତୂଳୀର ସ୍ପର୍ଶରେ ପଥର, କାଚ ବୋତଲ ଭଳି ଭଳିକି ଭଳି ପଦାର୍ଥ ଯେମିତି ଜୀବନ୍ତ ପାଲଟିଯାନ୍ତି । ଇଞ୍ଜିନିୟରିଂ ଛାତ୍ରୀ ଭାଗ୍ୟଶ୍ରୀ ଗତ କିଛି ଦିନ ହେଲା ପଟ୍ଟଚିତ୍ରକୁ ଆପଣାଇ ନେଇଛନ୍ତି । ଦୁଇ ବର୍ଷ ପୂର୍ବରୁ ସେ ପୁରୀ ଜିଲ୍ଲାର ରଘୁରାଜପୁରରେ ବିଭିନ୍ନ ଚିତ୍ର ସବୁ ଦେଖିବା ପରେ ପଟ୍ଟଚିତ୍ର ଆଙ୍କିବାକୁ ଆଗ୍ରହ ପ୍ରକାଶ କରିଥିଲେ । ଏହା ପରଠୁ ଭାଗ୍ୟଶ୍ରୀ କଲେଜ୍ ଯିବା ବାଟରେ ସଫ୍ଟ ଷ୍ଟୋନ୍ ସଂଗ୍ରହ କରି ରଖୁଥିଲେ । ଦିନକୁ ଦୁଇ ଘଣ୍ଟା ପଟ୍ଟଚିତ୍ର ଶୈଳୀରେ ସେଥିରେ ଚିତ୍ର ଆଙ୍କନ୍ତି । ଏହି ଚିତ୍ରସବୁକୁ ସାଙ୍ଗମାନଙ୍କୁ ଉପହାରରେ ଦିଅନ୍ତି ।

ଲକଡାଉନ ସମୟରେ ଏହି ସବୁ ପେଣ୍ଟିଂ ପାଇଁ ସେ ପ୍ରଚୁର ସମ୍ର ପାଇଥିଲେ । ଏବେ କର୍ମଶାଳା ବି ଆୟୋଜନ କରୁଛନ୍ତି। ବିଶେଷ କରି କିଛି ଦିନ ତଳେ ସେ ଆଙ୍କିଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଚିତ୍ର ମୋଦିଙ୍କ ମନ କିଣିପାରିଛି । ପ୍ରଧାନମନ୍ତ୍ରୀ ମୋଦି ଭାଗ୍ୟଶ୍ରୀଙ୍କ ଭବିଷ୍ୟତ ପାଇଁ ଶୁଭକାମନା ଦେବା ସହ ଆଗକୁ ମଧ୍ୟ କଳା ମାଧ୍ୟମରେ ଅନେକ କିଛି ଶିଖାଯାଇପାରିବ ବୋଲି ସେ କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ