Masthead

ବଡ଼ଦାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଏହାସହ ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହହରରେ ରୋଡ ଶୋ’ କରିବେ ମୋଦୀ । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହାସହ ମୋଦୀଙ୍କ ରୋଡ ଶୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ଦେଖିବାକୁ ମିଳିଛି ।

ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ୟ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ମୋଦିଙ୍କ ଗ୍ରସ୍ତ ବେଳେ ଡ୍ରୋନ୍ ଉଡ଼ିବା ଉପରେ କଟକଣା ରହିଛି । ପୁରୀରେ ରୋଡ୍ ଶୋ’ କରିବା ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା