Masthead

ବଡ଼ଦାଣ୍ଡରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଏହାସହ ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହହରରେ ରୋଡ ଶୋ’ କରିବେ ମୋଦୀ । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହାସହ ମୋଦୀଙ୍କ ରୋଡ ଶୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ଦେଖିବାକୁ ମିଳିଛି ।

ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ୟ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ମୋଦିଙ୍କ ଗ୍ରସ୍ତ ବେଳେ ଡ୍ରୋନ୍ ଉଡ଼ିବା ଉପରେ କଟକଣା ରହିଛି । ପୁରୀରେ ରୋଡ୍ ଶୋ’ କରିବା ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ