Masthead

‘ଡୁପ୍ଲିକେଟ ଚାବି କାହିଁ ତିଆରି ହେଲା’

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ଫୁଲବାଣୀରେ ଗର୍ଜିଲେ ମୋଦି । ଜଗନ୍ନାଥଙ୍କ ରତ୍ନଭଣ୍ଡାରକୁ ନେଇ ବିଜେଡିକୁ କଲେ ଟାର୍ଗେଟ । କହିଛନ୍ତି ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଭଗବାନ ଜଗନ୍ନାଥଙ୍କ ବିନା ଆମର ଜୀବନ ହିଁ ନାହିଁ। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ଗଲା ୬ ବର୍ଷ ହେଲାଣି ମିଳୁନି । ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ।

ଚାବି କୁଆଡ଼େ ଗଲା, ଆପଣଙ୍କର ଜାଣିବା ଅଧିକାର ଅଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଚାବି ଗଲା, କୁଆଡ଼େ ଗଲା, କାହା ପାଖକୁ ଗଲା । ରାଜ୍ୟ ସରକାର କହୁଛନ୍ତି ଡୁପ୍ଲିକେଟ ଚାବି ମିଳିଛି । ଡୁପ୍ଲିକେଟ ଚାବି କାହିଁକି ତିଆରି ହେଲା । ଡୁପ୍ଲିକେଟ ଚାବିରେ କେହି ଖୋଲୁନଥିଲା ତ, ରତ୍ନ ନେଉନଥିଲା ତ । ଚାବି ହଜିବାଠାରୁ ଡୁପ୍ଲିକେଟ ଚାବି, ଅଧିକ ଗମ୍ଭୀର ବିଷୟ । ରାଜ୍ୟ ସରକାର କାହା ପାପକୁ ଘୋଡ଼ାଉଛନ୍ତି? ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍