Masthead

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; ଭେଟିଦେବେ ୧୯,୬୦୦ କୋଟିର ପ୍ରକଳ୍ପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିନିକିଆ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ୟ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଅପରାହ୍ନରେ ଭୁବନେଶ୍ୱର ଆସି ସିଧା ଚଣ୍ଡୀଖୋଲ ଯିବେ । ୩ଟା ୧୫ରେ ଚଣ୍ଡୀଖୋଲରେ ପଂହଚିବା ପରେ ସରକାରୀ କାର୍ଯ୍ୟକ୍ରମ ଯୋଗ ଦେବେ । ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ର୍ରଧାନମନ୍ତ୍ରୀ ।

ଏଥିସହ ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ୟ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ ଏମଏମଟିପିଏ ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏସବୁ ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ଅନ୍ୟପଟେ ପ୍ରତୀକ୍ଷିତ ହରିଦାସପୁର-ପାରାଦୀପ ରେଲୱେ ଟ୍ରାକରେ ଗଡ଼ିବ ପାସେଞ୍ଜର ଟ୍ରେନ୍ କ୍ଷ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାରମ୍ଭିକ ଅବସ୍ଥାରେ ପାରାଦୀପରୁ କେନ୍ଦୁଝର ଯାଏଁ ଏକ ମେମୁ ଟ୍ରେନ୍ ଚଳାଚଳ କରିବ। ଏହା ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ଗଡ଼ିବ ପ୍ରଥମ ଯାତ୍ରୀବାହୀ ଟ୍ରେନ୍। ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ । ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି । ସେପଟେ ମୋଦିଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ଦାୟିତ୍ୱରେ ରହିବେ ୬ଜଣ ଆଡିସିନାଲ ଡିସିପି, ୧୦ ଜଣ ଏସିପି, ୧୯ ଇନସ୍ପେକ୍ଟର, ୬୯ ଅଫିସର, ବନ୍ଧୁକଧାରୀ ପୁଲିସ ଓ ଓଡ୍ରାଫ ଟିମ ବି ମୁତୟନ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି