Masthead

ପ୍ରଚାର କରିବେ ମୋଦି-ସୋନିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ସମେତ ୫ ବିଧାନସଭା ଆସନ ଓ କର୍ଣ୍ଣାଟକ ବିଧାନସଭା ପାଇଁ ମେ ୧୦ ରେ ପଡ଼ିବ ଭୋଟ । ଆଜି ନାମାଙ୍କନର ଶେଷ ଦିନ । ପଞ୍ଜାବର ଜଳନ୍ଧର, ଓଡ଼ିଶା ଝାରସୁଗୁଡ଼ା , ଊତ୍ତରପ୍ରଦେଶର ଚନବେ , ସୁଆର ଓ ମେଘାଳୟର ସୋଲେନ ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥିିପତ୍ର ଦାଖଲର ଶେଷ ଦିନ । ସେହିପରି ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଆଜି ମଧ୍ୟ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ।

ଇତି ମଧ୍ୟରେ ଜାତୀୟ ଦଳ କଂଗ୍ରେସ ଓ ବିଜେପି କର୍ଣ୍ଣାଟକରେ ପ୍ରଚାର ପାଇଁ ଷ୍ଟାର କ୍ୟାମ୍ପନରମାନଙ୍କ ନାମ ଘୋଷଣା କରିଛନ୍ତି । କଂଗ୍ରେସର ଷ୍ଟାର କ୍ୟାମ୍ପନରମାନଙ୍କ ମଧ୍ୟରେ ଅଛନ୍ତି ଦଳର ହାଇକମାଣ୍ଡ ମଲ୍ଲିକାଜ୍ଜୁନ ଖଡ଼ଗେ , ୟୁପିଏ  ଚ୍ୟାରମ୍ୟାନ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ , ପ୍ରିୟଙ୍କା ଗାନ୍ଧୀ ଭଦ୍ରା , ଜୟରାମ ରମେଶ , ବିକେ ଶିବ କୁମାର, ସିଦ୍ଧରମେୟା, ଶଶୀ ଥରୁର, ଜଗଦୀଶ ସେଟ୍ଟର, କେସି ଭେନୁ ଗୋପାଳ, ରଣଦୀପ ସିଂ  ସୂରଜୱାଲା ।

ସେହିପରି ବିଜେପି ୪୦ ଜଣୀୟା ଷ୍ଟାର କ୍ୟାମ୍ପନରଙ୍କ ନାମ ଘୋଷଣା କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଜେପି ନଡ୍ଡା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ପରିବହନମନ୍ତ୍ରୀ ନୀତିନ ଗଡ଼କାରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ , ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ପ୍ରମୁଖ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା