Masthead

କୃଷକଙ୍କ ପାଇଁ କିଷାନ ନିଧି କିସ୍ତି ରିଲିଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେପଟେ ପ୍ରଧାନମନ୍ତ୍ରୀ ଆଜି ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।

ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି ଏକ ଫାଇଲରେ ଦସ୍ତଖତ କରିଛନ୍ତି। ଏହାଦ୍ୱାରା ୯.୩ କୋଟି ଚାଷୀଙ୍କୁ ଉପକୃତ ହେବେ ଏବଂ ପ୍ରାୟ ୨୦ ହଜାର କୋଟି ଟଙ୍କା ବଣ୍ଟନ କରାଯିବ। ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସେ କୃଷକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ କଲ୍ୟାଣ ପାଇଁ ଆମେ ଯଥାସମ୍ଭବ କାର୍ଯ୍ୟ କରିବାକୁ ଚାହୁଁଛୁ। ଆମ ସରକାର କ୍ରମାଗତ ଭାବରେ ଏହା ଉପରେ କାର୍ଯ୍ୟ କରୁଛନ୍ତି ଏବଂ ଏହା ଆଗକୁ ମଧ୍ୟ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ