Masthead

ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶା ନମ୍ବର ୱାନ୍‌ ହେବ: ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରୁ ପ୍ରଧାନମନ୍ତ୍ରୀଙ୍କ ବ୍ରହାସ୍ତ୍ର । ବିଜେଡି ସରକାରକୁ କରିଛନ୍ତି ଟାର୍ଗଟ । କହିଛନ୍ତି ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ । ତେଣୁ ଏଠାରେ ବିଜେପି ସରକାର ହେବା ବହୁତ ଜରୁରୀ । ଏଠା ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି । ମୁଁ ଓଡ଼ିଆରେ ଚିଠି ଲେଖିବି ।

ଆପଣଙ୍କ ମୁଖ୍ୟମନ୍ତ୍ରୀ ଭଳି ମୁଁ ନୁହେଁ । ବିଜେପି ସରକାର ମହିଳା ସଶକ୍ତୀକରଣ ପାଇଁ ପ୍ରତିବଦ୍ଧ । ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବ ବିଜେପି ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଆ ସଂସ୍କୃତି ପ୍ରତି ସମର୍ପିତ ବିଜେପିର ମୁଖ୍ୟମନ୍ତ୍ରୀ ବନିବ । ଓଡ଼ିଶାର ଯୁବକଙ୍କ ମଧ୍ୟରେ ପ୍ରତିଭାର କୌଣସି ଅଭାବ ନାହିଁ ।

ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍‌ କରିବୁ । ଯେଉଁଠି ବିଜେପିକୁ ସୁଯୋଗ ମିଳିଛି, ସେଠି ବିକାଶ ଗତିଶୀଳ ହୋଇଛି । ଓଡ଼ିଶାର ଝିଅକୁ ବିଜେପି ଦେଶର ସବୁଠାରୁ ବଡ଼ ପଦବୀ ଦେଇଛି । ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ମାର୍ଗଦର୍ଶନରେ ମୁଁ ଓଡ଼ିଶା ପାଇଁ ବହୁତ କିଛି କରିବି । ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ଏ ପୁଅ ଓଡ଼ିଶା ପାଇଁ ବହୁତ କିଛି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ