Masthead

ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶା ନମ୍ବର ୱାନ୍‌ ହେବ: ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରୁ ପ୍ରଧାନମନ୍ତ୍ରୀଙ୍କ ବ୍ରହାସ୍ତ୍ର । ବିଜେଡି ସରକାରକୁ କରିଛନ୍ତି ଟାର୍ଗଟ । କହିଛନ୍ତି ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ । ତେଣୁ ଏଠାରେ ବିଜେପି ସରକାର ହେବା ବହୁତ ଜରୁରୀ । ଏଠା ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି । ମୁଁ ଓଡ଼ିଆରେ ଚିଠି ଲେଖିବି ।

ଆପଣଙ୍କ ମୁଖ୍ୟମନ୍ତ୍ରୀ ଭଳି ମୁଁ ନୁହେଁ । ବିଜେପି ସରକାର ମହିଳା ସଶକ୍ତୀକରଣ ପାଇଁ ପ୍ରତିବଦ୍ଧ । ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବ ବିଜେପି ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଆ ସଂସ୍କୃତି ପ୍ରତି ସମର୍ପିତ ବିଜେପିର ମୁଖ୍ୟମନ୍ତ୍ରୀ ବନିବ । ଓଡ଼ିଶାର ଯୁବକଙ୍କ ମଧ୍ୟରେ ପ୍ରତିଭାର କୌଣସି ଅଭାବ ନାହିଁ ।

ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍‌ କରିବୁ । ଯେଉଁଠି ବିଜେପିକୁ ସୁଯୋଗ ମିଳିଛି, ସେଠି ବିକାଶ ଗତିଶୀଳ ହୋଇଛି । ଓଡ଼ିଶାର ଝିଅକୁ ବିଜେପି ଦେଶର ସବୁଠାରୁ ବଡ଼ ପଦବୀ ଦେଇଛି । ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ମାର୍ଗଦର୍ଶନରେ ମୁଁ ଓଡ଼ିଶା ପାଇଁ ବହୁତ କିଛି କରିବି । ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ଏ ପୁଅ ଓଡ଼ିଶା ପାଇଁ ବହୁତ କିଛି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ