Masthead

ମୋଦିଙ୍କ ଫୋକସ୍‌ରେ ଓଡ଼ିଶା: ଅକ୍ଟୋବର ୫ରେ ମିଳିବ ପିଏମ କିଷାନ ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୫ ତାରିଖରେ ମିଳିବ ପିଏମ କିଷାନ ଟଙ୍କା । ୯ କୋଟି ୫୦ ଲକ୍ଷ ଟଙ୍କା ଚାଷୀଙ୍କ ଖାତାକୁ ଯିବ ୨୦ ହଜାର କୋଟି ଟଙ୍କା। ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପିଏମ କିଷାନ ଯୋଜନାର ୧୮ ତମ କିସ୍ତି । ଭାରତ ସରକାର ଓ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ଚଳାଇଛନ୍ତି। ଯାହା ମାଧ୍ୟମରେ ଆର୍ଥିକ ସହାୟତା ବ୍ୟତୀତ ସବସିଡି ଇତ୍ୟାଦି ଯୋଗାଇ ଦିଆଯାଏ । ସେହି ପିଏମ କିଷାନ ଯୋଜନା ଅଧୀନରେ ଯୋଗ୍ୟ କୃଷକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ଏବଂ ବର୍ତ୍ତମାନ ପରବର୍ତ୍ତୀ ଅର୍ଥାତ୍ ୧୮ତମ କିସ୍ତି ଜାରି ହେବାର ତାରିଖ କୁହାଯାଇଛି । ସରକାରଙ୍କ କହିବା ଅନୁଯାୟୀ, ଏବେ ୫ ଅକ୍ଟୋବର ୨୦୨୪ରେ ୧୮ତମ କିସ୍ତି ପ୍ରଦାନ କରାଯିବ।

ସେହିପର ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ ଜନଧନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ଦେଓଗଡ଼, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡ଼ ଭଳି ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ନିର୍ମାଣ ହେବ ରାସ୍ତା । ଏହାସହ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ମଧ୍ୟ ଶିଳାନ୍ୟାସ ହେବ । ଆସନ୍ତାକାଲି ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ । ଜନଜାତି ବିକାଶ ପାଇଁ ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନ କାର୍ଯ୍ୟକ୍ରମକୁ ମଧ୍ୟ ଲଞ୍ଚ କରିବେ । ସମସ୍ତ ରାଜ୍ୟର ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବ ଏହି ଯୋଜନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ