ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଜୁନ୍ ୮ ତାରିଖ ସନ୍ଧ୍ୟାରେ ହୋଇପାରେ । ଶପଥ ଗ୍ରହଣ ଉତ୍ସବ ପାଇଁ ଏବେ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହେଲାଣି । ସେହିପରି ନୂଆ ମନ୍ତ୍ରିମଣ୍ଡଳକୁ ନେଇ ମଧ୍ୟ ବିଜେପିର ସହଯୋଗୀ ଦଳମାନଙ୍କ ସହ ଘନଘନ ଆଲୋଚନା ଓ ବୈଠକ ଜାରି ରହିଛି ।

ଆସନ୍ତା ୨-୩ ଦିନ ମଧ୍ୟରେ ନାଁ ଚୁଡ଼ାନ୍ତ ହେବ ବୋଲି ଚର୍ଚ୍ଚା ହେଉଛି । ୮ ତାରିଖରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ଦେଶର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!